Posted inଜାତୀୟ

କଶ୍ମୀର, ପଣ୍ଡିଚେରୀରେ ମହିଳାଙ୍କ ପାଇଁ ସଂରକ୍ଷଣ ବିଲ୍‌ ଆଗତ

ନୂଆଦିଲ୍ଲୀ,୧୩ା୧୨(ପି.ଟି.): କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଏବଂ ପଣ୍ଡିଚେରୀରେ ମହିଳାଙ୍କ ପାଇଁ ସଂରକ୍ଷଣ ସୀମା ବଢ଼ାଇବା ନିମନ୍ତେ ଦୁଇଟି ବିଲ୍‌ ମଙ୍ଗଳବାର ଲୋକ ସଭାରେ ଆଗତ ହୋଇଛି। ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହି ଜମ୍ମୁ-କଶ୍ମୀର ପୁନର୍ଗଠନ (ଦ୍ୱିତୀୟ ସଂଶୋଧନ) ବିଲ୍‌ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ସରକାର (ସଂଶୋଧନ) ବିଲ୍‌ ଉପସ୍ଥାପନ କରିଥିଲେ। ସମ୍ବିଧାନର ୧୦୬ତମ ସଂଶୋଧନ ଆଇନ, ୨୦୨୩ର କାର୍ଯ୍ୟକାରିତା ପରିପ୍ରେକ୍ଷୀରେ ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ବିଧାନସଭାରେ ସମାନ ସଂରକ୍ଷଣ ସୁବିଧା ଯୋଗାଇଦେବା ଲାଗି ପାର୍ଲାମେଣ୍ଟ ଦ୍ୱାରା ଜମ୍ମୁ-କାମୀର ପୁନର୍ଗଠନ ଆଇନ, ୨୦୧୯ ସଂଶୋଧନ ହେବାର ଆବଶ୍ୟକତା ରହିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ସେହିପରି ପଣ୍ଡିଚେରୀ କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାରେ ମହିଳାଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ନିମନ୍ତେ କେନ୍ଦ୍ରଶାସିତ ଅଞ୍ଚଳ ସରକାର ଆଇନ, ୧୯୬୩ର ସଂଶୋଧନ ହେବା ଆବଶ୍ୟକ। ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବରରେ ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନରେ ସମ୍ବିଧାନର ୧୦୬ତମ ସଂଶୋଧନ କରାଯାଇ ମହିଳାମାନଙ୍କ ପାଇଁ ଲୋକ ସଭା ଓ ରାଜ୍ୟ ବିଧାନସଭାଗୁଡ଼ିକରେ ୩୩ ପ୍ରତିଶତ ସଂରକ୍ଷଣର ବ୍ୟବସ୍ଥା କରାଯାଇଥିଲା। ଏହାକୁ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri