Posted inଜାତୀୟ

ଲୋକସଭାରେ ପାସ୍ ହେଲା ତିନି ଆପରାଧିକ ଆଇନ ସଂଶୋଧନ ବିଲ୍

ନୂଆଦିଲ୍ଲୀ,୧୯।୧୨: ଆପରାଧିକ ଆଇନ ସହ ଜଡିତ ତିନୋଟି ବିଲ୍ ଲୋକସଭାରେ ପାରିତ ହୋଇଛି। ଏହାପୂର୍ବରୁ ବୁଧବାର ଏହି ବିଲ୍ ଉପରେ ଆଲୋଚନା ପରେ ବାଚନିକା ଭୋଟରେ ଏଗୁଡିକ ପାରିତ ହୋଇଛି। ଆତଙ୍କବାଦ, ମହିଳାଙ୍କ ପ୍ରତି ଅପରାଧ, ଦେଶଦ୍ରୋହ ଏବଂ ଭିଡ଼ ହିଂସା ସହ ଜଡିତ ନୂତନ ବ୍ୟବସ୍ଥା ଏହି ନୂତନ ଆଇନରେ ପ୍ରବର୍ତ୍ତିତ ହୋଇଛି। ଏହି ବିଲ୍ ଗୁଡିକ ଏକ ସମୟରେ ପାରିତ ହୋଇଛି ଯେତେବେଳେ ଉଭୟ ଗୃହର ୧୪୩ ସଦସ୍ୟଙ୍କୁ ନିଲମ୍ବିତ କରାଯାଇଛି।

ଏହି ତିନିଟି ସଂଶୋଧିତ ଭାରତୀୟ ନ୍ୟାୟ ସଂହିତା (୨ୟ) ୨୦୨୩ ବିଲ୍, ଭାରତୀୟ ନାଗରିକ ସୁରକ୍ଷା (୨ୟ) ସଂହିତା ବିଲ୍ ଓ ଭାରତୀୟ ସାକ୍ଷ୍ୟ (୨ୟ) ବିଲ୍। ଭାରତର ଇବ୍ରିଟିଶ ଅମଳରୁ ଚାଲି ଆସୁଥିବା ଆପରାଧିକ ଆଇନ ଇଣ୍ଡିଆନ ପେନାଲ କୋଡ୍ (ଆଇପିସି), କୋଡ ଅଫ କ୍ରିମିନାଲ ପ୍ରୋସେଜ୍ୟୋର ଓ ଇଣ୍ଡିଆନ ଏଭିଡେନ୍ସ ଆକ୍ଟ ବଦଳରେ ଲାଗୁ ହେବ।

ଏହି ତିନି ନୂତନ ବିଲ୍ ଅନୁଯାୟୀ ଗଣ ବଳାତ୍କାର ମାମଲାରେ ବର୍ତ୍ତମାନ ଏହି ବିଲରେ ୨୦ ବର୍ଷ ଜେଲ କିମ୍ବା ଆଜୀବନ କାରାଦଣ୍ଡ ପ୍ରାବଧାନରହିଛି । ଏହା ବ୍ୟତୀତ ମିଛ ପ୍ରତିଶୃତି ଦେଇ କିମ୍ବା ପରିଚୟ ଲୁଚାଇ ଯୌନ ସମ୍ପର୍କ ରଖିବା ମଧ୍ୟ ଅପରାଧ ଶ୍ରେଣୀରେ ଅନ୍ତର୍ଭୁକ୍ତ ହେବ। ଏଥିରେ ୧୮ ବର୍ଷରୁ କମ୍ ଝିଅକୁ ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ କିମ୍ବା ମୃତ୍ୟୁଦଣ୍ଡ ପାଇଁ ବ୍ୟବସ୍ଥା କରାଯାଇଛି।

ଏହା ବ୍ୟତୀତ ଯୌନ ହିଂସା ମାମଲାରେ କେବଳ ମହିଳା ନ୍ୟାୟିକ ମାଜିଷ୍ଟ୍ରେଟ ଏହି ବିବୃତ୍ତି ରେକର୍ଡ କରିବେ। ପୀଡିତାଙ୍କ ବିବୃତ୍ତି ତାଙ୍କ ବାସଭବନରେ ଜଣେ ମହିଳା ପୋଲିସ କର୍ମଚାରୀଙ୍କ ସାମ୍ନାରେ ରେକର୍ଡ ହେବ। ବିବୃତ୍ତି ରେକର୍ଡ କରିବା ସମୟରେ ପୀଡିତାଙ୍କ ମା / ପିତା କିମ୍ବା ଅଭିଭାବକ ଉପସ୍ଥିତ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri