ଓଡ଼ିଶାରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୯ା୮: ଭୁବନେଶ୍ୱର ବିମାନବନ୍ଦରରେ ଶୁକ୍ରବାର ପହଞ୍ଚିଛନ୍ତି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା। ଆଜି ଓଡ଼ିଶା ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହେବ। ଏହାକୁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଉଦ୍‌ଘାଟନ କରିବେ। ୧୯୯୪ ପରେ ପ୍ରଥମ ଥର ଓଡ଼ିଶାରେ ସଂସଦୀୟ କମିଟିର ବୈଠକ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ରାଜ୍ୟସଭା ଉପାଧ୍ୟକ୍ଷ ଓ ୨ କେନ୍ଦ୍ର ମନ୍ତ୍ରୀ ଭାଗ ନେବେ। ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତିନିଧି ଯୋଗଦେବେ। ବିଧାନସଭା କମିଟି ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟ ଓ ୪ ବିଧାୟକ ଯୋଗଦେବେ। ୨୯ ଓ ୩୦ ତାରିଖ ୨ ଦିନ ଧରି ଏହି ଜାତୀୟ ସମ୍ମିଳନୀ ଚାଲିବ।

ଏହି ସମ୍ମିଳନୀ ଓଡ଼ିଶା ପାଇଁ ବହୁ ଗୁରୁତ୍ୱ ବହନ କରୁଛି। ଏହି ଅବସରରେ ଆଲୋଚନା ସହ ଅନ୍ୟ ସମସ୍ତ ରାଜ୍ୟକୁ ଓଡ଼ିଶାର ଅନୁସୂଚିତ ଜାତି ଓ ଜନଜାତି ସମ୍ପ୍ରଦାୟଙ୍କ ଚାଲିଚଳଣି, ପୋଷାକ ପରିଧାନ, କାର୍ଯ୍ୟକୁଶଳତା, କାରିଗରି ବିଦ୍ୟା, ହସ୍ତଶିଳ୍ପ ସମ୍ପର୍କରେ ଅବଗତ କରାଇବା ପାଇଁ ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଛି। ଓଡ଼ିଶାର ଐତିହ୍ୟ, ସଂସ୍କୃତି, ନୃତ୍ୟ-ସଂଗୀତ, ଚାରୁକଳା, କାରୁକଳା ସହିତ ଆଗନ୍ତୁକମାନଙ୍କୁ ପରିଚିତ କରାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅତିଥିମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ, କୋଣାର୍କ, ଜନଜାତି ସଂଗ୍ରହାଳୟ ଆଦି ବୁଲାଇ ଦେଖାଇବାର ମଧ୍ୟ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡ. ଫଗନ ସିଂହ କୁଲସ୍ତେ ମଧ୍ୟ ଏହି ସମାବେଶକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri