ଓଡ଼ିଶାରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୯ା୮: ଭୁବନେଶ୍ୱର ବିମାନବନ୍ଦରରେ ଶୁକ୍ରବାର ପହଞ୍ଚିଛନ୍ତି ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା। ଆଜି ଓଡ଼ିଶା ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହେବ। ଏହାକୁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଉଦ୍‌ଘାଟନ କରିବେ। ୧୯୯୪ ପରେ ପ୍ରଥମ ଥର ଓଡ଼ିଶାରେ ସଂସଦୀୟ କମିଟିର ବୈଠକ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ରାଜ୍ୟସଭା ଉପାଧ୍ୟକ୍ଷ ଓ ୨ କେନ୍ଦ୍ର ମନ୍ତ୍ରୀ ଭାଗ ନେବେ। ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରତିନିଧି ଯୋଗଦେବେ। ବିଧାନସଭା କମିଟି ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟ ଓ ୪ ବିଧାୟକ ଯୋଗଦେବେ। ୨୯ ଓ ୩୦ ତାରିଖ ୨ ଦିନ ଧରି ଏହି ଜାତୀୟ ସମ୍ମିଳନୀ ଚାଲିବ।

ଏହି ସମ୍ମିଳନୀ ଓଡ଼ିଶା ପାଇଁ ବହୁ ଗୁରୁତ୍ୱ ବହନ କରୁଛି। ଏହି ଅବସରରେ ଆଲୋଚନା ସହ ଅନ୍ୟ ସମସ୍ତ ରାଜ୍ୟକୁ ଓଡ଼ିଶାର ଅନୁସୂଚିତ ଜାତି ଓ ଜନଜାତି ସମ୍ପ୍ରଦାୟଙ୍କ ଚାଲିଚଳଣି, ପୋଷାକ ପରିଧାନ, କାର୍ଯ୍ୟକୁଶଳତା, କାରିଗରି ବିଦ୍ୟା, ହସ୍ତଶିଳ୍ପ ସମ୍ପର୍କରେ ଅବଗତ କରାଇବା ପାଇଁ ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଛି। ଓଡ଼ିଶାର ଐତିହ୍ୟ, ସଂସ୍କୃତି, ନୃତ୍ୟ-ସଂଗୀତ, ଚାରୁକଳା, କାରୁକଳା ସହିତ ଆଗନ୍ତୁକମାନଙ୍କୁ ପରିଚିତ କରାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅତିଥିମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ, କୋଣାର୍କ, ଜନଜାତି ସଂଗ୍ରହାଳୟ ଆଦି ବୁଲାଇ ଦେଖାଇବାର ମଧ୍ୟ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡ. ଫଗନ ସିଂହ କୁଲସ୍ତେ ମଧ୍ୟ ଏହି ସମାବେଶକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri