Posted inଜାତୀୟ

ଲୋକ ସଭା, ରାଜ୍ୟ ବିଧାନସଭା ନିର୍ବାଚନ ଉପରେ ଆଲୋଚନା ହେବ

ହାଇଦ୍ରାବାଦ,୧୬ା୯: ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ନବଗଠିତ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି)ର ପ୍ରଥମ ବୈଠକ ଶନିବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ଦଳର ବରିଷ୍ଠ ନେତାମାନେ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ବିଚାର ବିମର୍ଶ କରିବେ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ଏହା ବ୍ୟତୀତ କନ୍ୟାକୁମାରୀରୁ କଶ୍ମୀର ଭାରତ ଯୋଡ଼ୋ ଯାତ୍ରାର ସଫଳତା ପରେ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା (ଭାରତ ଯୋଡ଼ୋ ଯାତ୍ରା ୨.୦) ଆରମ୍ଭ କରିବା ନେଇ କମିଟି ଆଲୋଚନା କରିପାରେ ବୋଲି କୁହାଯାଉଛି। ଖାର୍ଗେଙ୍କ ଅଧ୍ୟକ୍ଷତାରେ ଦଳର ଶୀର୍ଷ ନୀତି ନିର୍ଦ୍ଧାରକ ସଂସ୍ଥା ସିଡବ୍ଲ୍ୟୁସିର ପୁନର୍ଗଠନ କରାଯାଇଥିଲା। ଏଥିରେ ୩୯ ନିୟମିତ ସଦସ୍ୟ ରହିଛନ୍ତି। ଦୁଇଦିନ ଚାଲିବାକୁ ଥିବା ଏହି ବୈଠକର ଦ୍ୱିତୀୟ ଦିନରେ ସବୁ ରାଜ୍ୟର କଂଗ୍ରେସ ସଭାପତି ଏବଂ ବିଧାୟକ ଦଳ ନେତା ଯୋଗଦେବେ। ୧୭ ସନ୍ଧ୍ୟାରେ ତେଲଙ୍ଗାନା ଜାତୀୟ ସଂହତି ଦିବସ ପାଳନ ଅବସରରେ କଂଗ୍ରେସ ହାଇଦ୍ରାବାଦରେ ଏକ ମେଗା ରାଲିର ଆୟୋଜନ କରୁଛି। ସେଠାରେ ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ ଦଳ ପକ୍ଷରୁ ୫ ଗ୍ୟାରେଣ୍ଟି ଘୋଷଣା କରାଯିବ। ନିର୍ବାଚନ ହେବାକୁ ଥିବା ତେଲଙ୍ଗାନାରେ ଦଳର ପ୍ରଚାରକୁ ବଢ଼ାଇବା ଉଦ୍ଦେଶ୍ୟରେ ହାଇଦ୍ରାବାଦରେ ସିଡବ୍ଲ୍ୟୁସିର ପ୍ରଥମ ବୈଠକ ବସୁଛି। ନିର୍ବାଚନରେ ବିଆର୍‌ଏସ୍‌ ସରକାରକୁ କ୍ଷମତାରୁ ହଟାଇବା ଲାଗି ବାର୍ତ୍ତା ଦିଆଯିବ। ସିଡବ୍ଲ୍ୟୁସି ବୈଠକରେ ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ତେଲଙ୍ଗାନା ଓ ମିଜୋରାମ ବିଧାନସଭା ନିର୍ବାଚନ ସମେତ ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ପରାସ୍ତ କରିବା ନିମନ୍ତେ ରଣକୌଶଳ ସ୍ଥିର କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri