ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ବସିଥିଲା। ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ବୈଠକରେ ଜିଲାପାଳ ଗୌରବ ଶିୱାଜୀ ଇସଲୱାର, ଏଡିଏମ୍‌ ପବିତ୍ର ବେହେରା, ଏଡିଏମ୍‌ ଡ. ବିଜୟାନନ୍ଦ ସେଠୀଙ୍କ ସମେତ ଅନ୍ୟ ଜିଲାସ୍ତରୀୟ ଅଧିକାରୀ, ଜିଲା ଲୋକ ଉତ୍ସବ ସମିତିର ବିଭିନ୍ନ କମିଟି ସଦସ୍ୟ, କଳାକାର ଉପସ୍ଥିତ ଥିଲେ। ଏହି ବୈଠକରେ ଜିଲାର ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ ହୋଇଛି। ଏହି ମର୍ମରେ ଜିଲାର କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିମାନେ ଏକ ହୋଟେଲ୍‌ରେ ବୈଠକ କରି ଜିଲା ପ୍ରଶାସନର ଏତାଦୃଶ କାର୍ଯ୍ୟକୁ ନିନ୍ଦା କରିଛନ୍ତି। ଏଥିସହ ଲୋକ ଉତ୍ସବ ଭଳି ପ୍ରଚାର ପ୍ରସାର କାର୍ଯ୍ୟକ୍ରମରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା କରିବା ଅଭିସନ୍ଧିମୂଳକ ବୋଲି କୁହାଯାଇଛି। ଜିଲାର କଳା, ସଂସ୍କୃତି, ଲୋକ ପରମ୍ପରାର ଉନ୍ନତି ଦିଗରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଲୋକ ଉତ୍ସବର ପ୍ରଚାର ପ୍ରସାର ଦିଗରେ ବଲାଙ୍ଗୀର ଜିଲାର ଗଣମାଧ୍ୟମ ପ୍ରତିନିଧିମାନେ ସକ୍ରିୟ ଭୂମିକା ନିର୍ବାହ କରିଆସିଛନ୍ତି। ଏପରିସ୍ଥଳେ ଚଳିତ ଲୋକ ଉତ୍ସବ ପାଇଁ ଗଠିତ ପ୍ରଚାର ପ୍ରସାର କମିଟିରେ ଗଣମାଧ୍ୟମର କୌଣସି ପ୍ରତିନିଧିଙ୍କୁ ସହଅଧ୍ୟକ୍ଷ ନ ରଖି ଗଣମାଧ୍ୟମ ସହ ସମ୍ପୃକ୍ତ ନ ଥିବା ଜଣେ ବ୍ୟକ୍ତିଙ୍କୁ ଉକ୍ତ ପଦବୀରେ ଅବସ୍ଥାପିତ କରାଯାଇଥିବାରୁ ଏହାକୁ ଗଣମାଧ୍ୟମ ପ୍ରତିନିଧିମାନେ ନାପସନ୍ଦ କରିଛନ୍ତି। ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କୌଣସି ସରକାରୀ କାର୍ଯ୍ୟକ୍ରମରେ ଠିକ୍‌ ସୂଚନା ନ ଦେବା ବିଷୟକୁ ନେଇ ମଙ୍ଗଳବାର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଜରିଆରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ଏହି ଦାବିପତ୍ରର ନକଲ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ଏମ୍‌ପି, ରାଜ୍ୟ ସଭା ସଦସ୍ୟ, ଜିଲାର ସମସ୍ତ ବିଧାୟକଙ୍କୁ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri