ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ବସିଥିଲା। ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ବୈଠକରେ ଜିଲାପାଳ ଗୌରବ ଶିୱାଜୀ ଇସଲୱାର, ଏଡିଏମ୍‌ ପବିତ୍ର ବେହେରା, ଏଡିଏମ୍‌ ଡ. ବିଜୟାନନ୍ଦ ସେଠୀଙ୍କ ସମେତ ଅନ୍ୟ ଜିଲାସ୍ତରୀୟ ଅଧିକାରୀ, ଜିଲା ଲୋକ ଉତ୍ସବ ସମିତିର ବିଭିନ୍ନ କମିଟି ସଦସ୍ୟ, କଳାକାର ଉପସ୍ଥିତ ଥିଲେ। ଏହି ବୈଠକରେ ଜିଲାର ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା କରାଯାଇଥିବା ଅଭିଯୋଗ ହୋଇଛି। ଏହି ମର୍ମରେ ଜିଲାର କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିମାନେ ଏକ ହୋଟେଲ୍‌ରେ ବୈଠକ କରି ଜିଲା ପ୍ରଶାସନର ଏତାଦୃଶ କାର୍ଯ୍ୟକୁ ନିନ୍ଦା କରିଛନ୍ତି। ଏଥିସହ ଲୋକ ଉତ୍ସବ ଭଳି ପ୍ରଚାର ପ୍ରସାର କାର୍ଯ୍ୟକ୍ରମରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା କରିବା ଅଭିସନ୍ଧିମୂଳକ ବୋଲି କୁହାଯାଇଛି। ଜିଲାର କଳା, ସଂସ୍କୃତି, ଲୋକ ପରମ୍ପରାର ଉନ୍ନତି ଦିଗରେ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଲୋକ ଉତ୍ସବର ପ୍ରଚାର ପ୍ରସାର ଦିଗରେ ବଲାଙ୍ଗୀର ଜିଲାର ଗଣମାଧ୍ୟମ ପ୍ରତିନିଧିମାନେ ସକ୍ରିୟ ଭୂମିକା ନିର୍ବାହ କରିଆସିଛନ୍ତି। ଏପରିସ୍ଥଳେ ଚଳିତ ଲୋକ ଉତ୍ସବ ପାଇଁ ଗଠିତ ପ୍ରଚାର ପ୍ରସାର କମିଟିରେ ଗଣମାଧ୍ୟମର କୌଣସି ପ୍ରତିନିଧିଙ୍କୁ ସହଅଧ୍ୟକ୍ଷ ନ ରଖି ଗଣମାଧ୍ୟମ ସହ ସମ୍ପୃକ୍ତ ନ ଥିବା ଜଣେ ବ୍ୟକ୍ତିଙ୍କୁ ଉକ୍ତ ପଦବୀରେ ଅବସ୍ଥାପିତ କରାଯାଇଥିବାରୁ ଏହାକୁ ଗଣମାଧ୍ୟମ ପ୍ରତିନିଧିମାନେ ନାପସନ୍ଦ କରିଛନ୍ତି। ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କୌଣସି ସରକାରୀ କାର୍ଯ୍ୟକ୍ରମରେ ଠିକ୍‌ ସୂଚନା ନ ଦେବା ବିଷୟକୁ ନେଇ ମଙ୍ଗଳବାର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଜରିଆରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ଏହି ଦାବିପତ୍ରର ନକଲ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ଏମ୍‌ପି, ରାଜ୍ୟ ସଭା ସଦସ୍ୟ, ଜିଲାର ସମସ୍ତ ବିଧାୟକଙ୍କୁ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri