୪ ଅଫିସରଙ୍କୁ ଲୋକାୟୁକ୍ତ ନୋଟିସ

ଭୁବନେଶ୍ୱର, ୨ା୩(ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବିଛାଖଣ୍ଡି ପାହାଡ଼ର ସଂରକ୍ଷିତ ଜଙ୍ଗଲରୁ ବେଆଇନ ଭାବେ ଗ୍ରାନାଇଟ ପଥର ଖନନ ଓ ଚୋରାଚାଲାଣ କରିବା ମାମଲାରେ ୪ଜଣ ଅଫିସରଙ୍କୁ ଲୋକାୟୁକ୍ତ ନୋଟିସ ଜାରି କରିଛନ୍ତି। ଯାଜପୁର ପୂର୍ବତନ ଜିଲାପାଳ ତଥା ବର୍ତ୍ତମାନର ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସଙ୍କ ସମେତ ବର୍ତ୍ତମାନର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର, ଧର୍ମଶାଳାର ପୂର୍ବତନ ତହସିଲଦାର ସରୋଜ କୁମାର ପଣ୍ଡା, ବର୍ତ୍ତମାନର ତହସିଲଦାର ପ୍ରଶାନ୍ତ ସାମନ୍ତରାୟଙ୍କୁ ୬ ସପ୍ତାହ ମଧ୍ୟରେ ନୋଟିସର ଜବାବ ରଖିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗକାରୀ ସର୍ବେଶ୍ୱର ବେହେରାଙ୍କ ଅଭିଯୋଗ ଆଧାରରେ ଓଡ଼ିଶା ଲୋକାୟୁକ୍ତ ଅଧ୍ୟକ୍ଷ ଅଜିତ ସିଂ ଏହି ଅଭିଯୋଗକୁ ଗ୍ରହଣକରି ୪ ଅଫିସରଙ୍କୁ ନୋଟିସ କରିଛନ୍ତି। ୨୦୧୯ ଜୁଲାଇ ୧୨ ତାରିଖରେ ରାଜ୍ୟ ମୁଖ୍ୟ ସଚିବ, କେନ୍ଦ୍ରାଞ୍ଚଳ ଆର୍‌ଡିସି, ଯାଜପୁର ଜିଲାପାଳ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅଧ୍ୟକ୍ଷ, ଏସ୍‌ପି ଓ ଧର୍ମଶାଳା ତହସିଲଦାରଙ୍କୁ ଲିଖିତ ଭାବେ ଜଣାଇ ତୁରନ୍ତ ପଦକ୍ଷେପ ନେଇ ସଂରକ୍ଷିତ ଜଙ୍ଗଲ ଓ ପାହାଡକୁ ସୁରକ୍ଷିତ ରଖିବାକୁ ଅନୁରୋଧ କରିଛନ୍ତି। ଏହା ପୂର୍ବରୁ ୨୦୧୯ ଜୁଲାଇ ୭ ତାରିଖ ଓ ସେହିବର୍ଷ ମାର୍ଚ୍ଚ ୨୮ରେ ୨ ଥର ଧର୍ମଶାଳା ତହସିଲଦାର ଏହି ବେଆଇନ ଗ୍ରାନାଇଟ ଖନନ ସମ୍ପର୍କରେ କଟକ ଜଙ୍ଗଲ ଡିଭିଜନର ଡିଏଫ୍‌ଓଙ୍କୁ ଲିଖିତ ଭାବେ ଅବଗତ କରି ପଥର ମାଫିଆଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। କଟକ ଡିଏଫ୍‌ଓ ୨୦୧୯ ପେବୃୟାରୀ ୮ରେ ଯାଜପୁର ଜିଲାପାଳଙ୍କୁ ଚିଠି ଲେଖି ଖନନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ କ୍ରଶର ୟୁନିଟ ଏନ୍‌ଓସିକୁ ବାତିଲ କରିବାକୁ ଅନୁରୋଧ କରିଥିଲେ। ଲୋକାୟୁକ୍ତରେ ହୋଇଥିବା ଏହି ଅଭିଯୋଗ ଉପରେ ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧୨ରେ ହେବ ବୋଲି ଅଧ୍ୟକ୍ଷ ଅଜିତ ସିଂ ସମୟ ଧାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri