ଜିଲାପାଳଙ୍କୁ ଲୋକାୟୁକ୍ତଙ୍କ ଜବାବ ତଲବ

ଯାଜପୁର ଅଫିସ,୧ା୨: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା ପାହାଡ଼ରୁ ନିର୍ଦ୍ଧାରିତ ଲିଜ୍‌ ଏରିଆଠାରୁ ବହୁ ଗୁଣ ଅଧିକ ମୂଲ୍ୟବାନ କଳାପଥର ଉତ୍ତୋଳନ ହୋଇଛି। ଏଥିପାଇଁ ରାଜ୍ୟ ସରକାର ବିପୁଳ ପରିମାଣର ରାଜସ୍ବ ହରାଇଛନ୍ତି। ଏଥିରେ ସ୍ଥାନୀୟ ପୋଲିସ ଓ ଧର୍ମଶାଳା ତହସିଲଦାର ସହଯୋଗୀ ହୋଇଛନ୍ତି। ଏଭଳି ଅଭିଯୋଗ କ୍ରମେ ଓଡ଼ିଶା ଲୋକାୟୁକ୍ତରେ ୧୩୫୫/୨୦୨୦ ନମ୍ବରରେ ଏକ ମାମଲା ରୁଜୁ ହୋଇଛି। ଲୋକାୟୁକ୍ତ ଅଧ୍ୟକ୍ଷ ଜଷ୍ଟିସ୍‌ ଅଜିତ୍‌ ସିଂ ଗତ ୧୯ ତାରିଖରେ ଯାଜପୁର ଜିଲାପାଳ, ଧର୍ମଶାଳା ତହସିଲଦାର ଓ ଲିଜ୍‌ଧାରୀ ତ୍ରିନାଥ ଜେନାଙ୍କୁ ୬ ସପ୍ତାହ ମଧ୍ୟରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଏହି ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡ଼ରେ ବେଆଇନ କଳାପଥର ଉତ୍ତୋଳନ ନେଇ ଲିଜ୍‌ଧାରୀଙ୍କୁ ୫୮.୬୨ କୋଟି ଟଙ୍କାର ଡିମାଣ୍ଡ ନୋଟିସ ହୋଇଥିଲା। ଏହାବାଦ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ୨୫ କୋଟି ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଥିଲା। ତେବେ ଆରୁହା ପାହାଡ଼ରେ ମାପଚୁପ କରାଗଲେ ବେଆଇନ ଉତ୍ତୋଳନ ଉପରୋକ୍ତ ପରିମାଣଠାରୁ ବହୁ ଅଧିକ ହେବ ବୋଲି ଅଭିଯୋଗକାରୀ ସର୍ବେଶ୍ୱର ବେହୁରା ପ୍ରକାଶ କରିଛନ୍ତି।
ଲୋକାୟୁକ୍ତରେ ହୋଇଥିବା ଅଭିଯୋଗ ଅନୁସାରେ ୧ା୯ା୨୦୧୭ରେ ଆରୁହା କଳାପଥର ଖାଦାନ-୧ ଲିଜ୍‌ ପାଇଁ ଧର୍ମଶାଳା ତହସିଲ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଓଏମ୍‌ଏମ୍‌ସି ନିୟମ-୨୦୧୬ ଅନୁସାରେ ଏହି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ତ୍ରିନାଥ ଜେନାଙ୍କୁ ୫ ବର୍ଷିଆ(୨୦୧୭-୧୮ରୁ ୨୦୨୧-୨୨) ପର୍ଯ୍ୟନ୍ତ ଲିଜ ପ୍ରଦାନ କରାଯାଇଥିଲା। ଜମି ରେକର୍ଡ ଅନୁସାରେ ଆରୁହା ପାହାଡ଼ରେ ୧୫୩.୬୩୦ ଏକର କଳାପଥର ଖାଦାନ ରହିଛି। ସେଥିରୁ ମାତ୍ର ୩ ଏକର ଖାଦାନ ଲିଜ୍‌ ଦିଆଯାଇଥିବାବେଳେ ଧର୍ମଶାଳା ତହସିଲଦାର ଓ ସ୍ଥାନୀୟ ପୋଲିସର ସହଯୋଗରେ ପ୍ରାୟ ୧୦୦ ଏକର ପର୍ଯ୍ୟନ୍ତ କଳାପଥର ବେଆଇନ ଭାବେ ଉତ୍ତୋଳନ କରାଯାଉଛି। ଏହି ଖବର ଧର୍ମଶାଳା ତହସିଦାରଙ୍କ ବ୍ୟତୀତ ଜିଲାପାଳଙ୍କୁ ମଧ୍ୟ ଜଣା ଅଛି। ତେଣୁ ଏହାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରି ରାଜସ୍ବ କ୍ଷତିର ଭରଣା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଆବେଦନକାରୀ ବେହୁରା ୧୦ା୧୨ା୨୦୨୦ରେ ଲୋକାୟୁକ୍ତରେ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତ୍ତି କରି ଲୋକାୟୁକ୍ତ ଜବାବତଲବ କରିଛନ୍ତି। କିନ୍ତୁ ଲିଜ୍‌ଧାରୀ ତ୍ରିନାଥ ଜେନା କୁହନ୍ତି, ଏଯାଏ ତାଙ୍କୁ କୌଣସି ନୋଟିସ ମିଳିନାହିଁ। ଅଭିଯୋଗ ମଧ୍ୟ ସମ୍ପୂର୍ଣ୍ଣ ମିଥ୍ୟା। ସେ ଯେକୌଣସି ତଦନ୍ତ ଓ ମାପଚୁପ ପାଇଁ ପ୍ରସ୍ତୁତ ଅଛନ୍ତି। ସେ ୩ ଏକର ଲିଜ୍‌ ପାଇଥିଲେ ହେଁ ଅନ୍ୟମାନେ ବେଆଇନ ଭାବେ ପାର୍ଶ୍ୱ ଅଞ୍ଚଳରୁ କଳାପଥର ଉତ୍ତୋଳନ କରୁଛନ୍ତି। ଏନେଇ ସେ ତହସିଲଦାରଙ୍କ ମଧ୍ୟ ଦୃଷ୍ଟି ଆକର୍ଷଣ କରିଛନ୍ତି। ତହସିଲଦାର ନିକଟରେ ପୋଲିସ ସହାୟତାରେ ଏକାଧିକ ବେଆଇନ କଳାପଥର ଖାଦାନରେ ଚଢାଉ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଧର୍ମଶାଳା ତହସିଲଦାର ପ୍ରଶାନ୍ତ ସାମନ୍ତରାୟଙ୍କୁ ପଚାରିବାରୁ ସେ କହିଛନ୍ତି, ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ପତ୍ର ସେ ମଧ୍ୟ ପାଇନାହାନ୍ତି। ନିର୍ଦ୍ଦେଶ ପତ୍ର ମିଳିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri