Posted inଖେଳ

ଲୋକେଶ ରାହୁଲ ଆପେଣ୍ଡିସାଇଟ୍ସରେ ପୀଡ଼ିତ

ଅହମଦାବାଦ, ୩ା୫ (ପି.ଟି.)- ଆଇପିଏଲ୍‌ ଫ୍ରାଞ୍ଚାଇଜ୍‌ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଲୋକେଶ ରାହୁଲଙ୍କୁ ଆପେଣ୍ଡିସାଇଟ୍ସରେ ପୀଡ଼ିତ ହୋଇଛନ୍ତି। ଅସ୍ତ୍ରୋପଚାର ପାଇଁ ସେ ବିମାନ ଯୋଗେ ବମ୍ବେ ଗସ୍ତ କରିଛନ୍ତି। ଅତିକମ୍‌ରେ ସେ ଦୁଇ ସପ୍ତାହ ଖେଳରୁ ଦୂରେଇ ରହିବେ, ଏପରିକି ଟୁର୍ନାମେଣ୍ଟରୁ ଓହରିଯାଇପାରନ୍ତି। ତାଙ୍କ ସ୍ଥାନରେ ମୟଙ୍କ ଅଗ୍ରଓ୍ବାଲ ରବିବାରଠାରୁ ଦଳର କାମଚଳା ଅଧିନାୟକ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶନିବାର ରାତିରେ ରାହୁଲ ତାଙ୍କ ତଳିପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ଡାକ୍ତରୀ ପରୀକ୍ଷା ପରେ ସେ ଆପେଣ୍ଡିସାଇଟ୍ସରେ ପୀଡ଼ିତ ଥିବା ଜଣାପଡ଼ିଥିଲା। ଆସ୍ତ୍ରୋପଚାର ପାଇଁ ସେ ମୁମ୍ବାଇସ୍ଥିତ ବ୍ରିିଚ୍‌କାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଅସ୍ତ୍ରୋପଚାର ପରେ ତାଙ୍କୁ ଏକ ଜୈବ ସୁରକ୍ଷିତ ପରିବେଶରେ ରଖାଯିବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୂତ୍ରରୁ ପ୍ରକାଶ। ରାହୁଲଙ୍କ ଅନୁପସ୍ଥିତି ପଞ୍ଜାବ କିଙ୍ଗ୍ସ ପାଇଁ ଶକ୍ତ ଧକ୍କା ସଦୃଶ ହୋଇଛି। ଚଳିତ ଆଇପିଏଲ୍‌ରେ ସେ ୬୬.୨୦ ଆଭରେଜରେ ଇତିମଧ୍ୟରେ ୩୩୧ ରନ ସଂଗ୍ରହ କରିସାରିଛନ୍ତି। ତାଙ୍କ ସାଥୀ ତଥା କର୍ନାଟକ ଟିମ୍‌ମେଟ୍‌ ମୟଙ୍କ ଅଗ୍ରଓ୍ବାଲ ଅତିକମ୍‌ରେ ପରବର୍ତ୍ତୀ ୩ଟି ଗେମ୍‌ ପାଇଁ ଦଳର ନେତୃତ୍ୱ ନେବେ। ସୂଚନାଯୋଗ୍ୟ, ଅଗ୍ରଓ୍ବାଲ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ମ୍ୟାଚରେ ଆଘାତପ୍ରାପ୍ତ ହୋଇଥିଲେ। ଏଥିପାଇଁ ସେ ତାଙ୍କ ଦଳର ଗତ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ମ୍ୟାଚ ଖେଳିପାରି ନ ଥିଲେ। ବର୍ତ୍ତମାନ କିନ୍ତୁ ସେ ସମ୍ପୂର୍ଣ୍ଣ ଫିଟ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri