Posted inଖେଳ

ଆଇପିଏଲ୍‌ କ୍ୟାରିୟରର ଲୋକେଶ ରାହୁଲଙ୍କ ପଞ୍ଚମ ଶତକ

ନୂଆଦିଲ୍ଲୀ,୧୮ା୫: ଚଳିତ ଆଇପିଏଲ୍‌ରେ ରବିବାର ରାତିରେ ଖେଳାଯାଇଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଓ ଗୁଜରାଟ ଜାଏଣ୍ଟ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଲୋକେଶ ରାହୁଲଙ୍କ ଅପରାଜିତ ଶତକ ବଳରେ ପ୍ରତିପକ୍ଷ ଗୁଜରାଟ ସମ୍ମୁଖରେ ୨୦୦ ରନର ଟାଗେର୍ଟ ଧାର୍ଯ୍ୟ କରିଛି। ଏହି ମ୍ୟାଚ୍‌ ଜରିଆରେ ରାହୁଲ ଟି୨୦ କ୍ୟାରିୟରରେ ୮ ହଜାର ରନ ପୂରଣ କରିଛନ୍ତି।

ଅଧିନାୟକ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ଖୁବ ଶସ୍ତାରେ ଫାଫ ଡୁ’ ପ୍ଲେସି(୫)ଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନର ଲୋକେଶ ରାହୁଲ ଓ ଅଭିଷେକ ପୋରେଲ ଦ୍ୱିତୀୟ ଉଇକେଟରେ ଦ୍ରୁତ ୯୦ ରନ ଯୋଡ଼ିଥିଲେ। ଆଟାକିଂ ବ୍ୟାଟିଂ କରୁଥିବା ପୋରେଲ ୧୯ ବଲରେ ୩୦ (୧ ଚୌକା ଓ ୩ ଛକା) ରନ କରି ଆଉଟ୍‌ ହୋଇଥିଲେ। ଏହାପରେ ଅଧିନାୟକ ଅକ୍ଷର ପଟେଲ (୨୫)ଙ୍କ ସହ ମିଶି ରାହୁଲ ତୃତୀୟ ଉଇକଟରେ ୪୫ ରନ ଯୋଡ଼ିଥିଲେ। ଶେଷ ଆଡ଼କୁ ଟ୍ରିଷ୍ଟାନ ଷ୍ଟବ୍ସ ୧୦ ବଲରେ ୨୧ (୨ ଛକା) ରନ କରିଥିଲେ। ରାହୁଲ ଶେଷ ପର୍ଯ୍ୟନ୍ତ ଅପରାଜିତ ରହି ୬୫ ବଲରେ ୧୧୨ ରନର ଶତକୀୟ ପାଳି ଖେଳିଥିଲେ। ଏହା ତାଙ୍କ ଆଇପିଏଲ୍‌ କ୍ୟାରିୟରର ପଞ୍ଚମ ଶତକ ଥିଲା। ତାଙ୍କ ଇନିଂସରେ ୧୪ ଚୌକା ଓ ୪ ଛକା ସାମିଲ ଥିଲା। ଫଳରେ ଦିଲ୍ଲୀ ୨୦ ଓଭରରେ ୩ ଉଇକେଟ ହରାଇ ୧୯୯ ରନ କରିବାକୁ ସକ୍ଷମ ହୋଇଛି। ଗୁଜରାଟ ପକ୍ଷରୁ ଆର୍ଶଦ ଖାନ, ଆର ସାଇ କିଶୋର ଓ ପ୍ରସିଦ୍ଧ କ୍ରିଷ୍ଣା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri