Posted inବୌଦ୍ଧ

ଲୋକନାଥ ହତ୍ୟାକାଣ୍ଡ: ୩ ଗିରଫ

କଣ୍ଟାମାଳ,୨୮ା୭(ଡି.ଏନ.ଏ.)
ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ମଙ୍ଗଳବାର ୩ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି ା ଅଭିଯୁକ୍ତମାନେ ହେଲେ ଲିଙ୍ଗରାଜ ବଗର୍ତ୍ତି, ଜ୍ୟୋତିର୍ମୟ ଦଳାଇ ଓ ସତ୍ୟ ନାରାୟଣ ପ୍ରଧାନ ା କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅନ୍ତର୍ଗତ ସିଆଲଝୁଲି ଗ୍ରାମର ଯୁବନେତା ଲୋକନାଥଙ୍କୁ ଗତ ୨୪ ତାରିଖ ରାତି ପ୍ରାୟ ୮ଟାରେ ଦୁର୍ବୃତ୍ତମାନେ ଡାକି ନେଇ ହତ୍ୟା କରିଥିଲେ ା ପୋଲିସ ସୂଚନା ଅନୁସାରେ ଗତ ପଞ୍ଚାୟତ ନିର୍ବାଚନ ବେଳେ ଲୋକନାଥ ସମିତି ସଭ୍ୟ ଭାବେ ପ୍ରତିଦ୍ୱନ୍ଦ୍ୱିତା କରି ପରାଜିତ ହୋଇଥିଲେ ା ସେ ଅଭିଯୁକ୍ତ ଲିଙ୍ଗରାଜଙ୍କଠାରୁ ନିର୍ବାଚନ ସମୟରେ କିଛି ଟଙ୍କା ଧାର ନେଇଥିଲେ ା ତାହା ଫେରାଇ ପାରି ନ ଥିବାରୁ ଏହାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିଲା ା ଅପରପକ୍ଷରେ ମଙ୍ଗଳବାର ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାୟକ, ରାଜ୍ୟ ଉପସଭାପତି ନାଉରୀ ନାଏକ ପ୍ରମୁଖ ଲୋକନାଥଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ବୌଦ୍ଧ ଏସପିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ା ଏହି ହତ୍ୟାକାଣ୍ଡରେ ସ୍ଥାନୀୟ ଅଞ୍ଚଳର ଦୁଇ ଲୋକ ପ୍ରତିନିଧିଙ୍କ ସମ୍ପର୍କୀୟ ସମ୍ପୃକ୍ତ ଥିବା ଦଳ ପକ୍ଷରୁ ଅଭିଯୋଗ କରାଯାଇ ଘଟଣା ନିରପେକ୍ଷ ତଦନ୍ତ ଦାବି କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର

ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri