Posted inବୌଦ୍ଧ

ଲୋକନାଥ ହତ୍ୟାକାଣ୍ଡ: ଉଚ୍ଚସ୍ତରୀୟ ତଦନ୍ତ ଦାବିରେ ଏସ୍‌ପି କାର୍ଯ୍ୟାଳୟ ଆଗରେ ଧାରଣା

ବୌଦ୍ଧ,୬ା୮(ସ୍ବ.ପ୍ର.)-ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ଦାବି କରି ଜିଲା ଭାଜପା ପକ୍ଷରୁ ଗୁରୁବାର ଏସପିଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା । ଜିଲା ଭାଜପା ସଭାପତି ବିପ୍ର ଚରଣ ପ୍ରଧାନଙ୍କ ନେତୃତ୍ୱରେ ଯୁବମୋର୍ଚ୍ଚାର ରାଜ୍ୟ ସଂପାଦକ ଓମପ୍ରକାଶ ମିଶ୍ର, ରାଜ୍ୟ କୃଷକ ମୋର୍ଚ୍ଚା ସଂପାଦକ ସୂର୍ଯ୍ୟ ନାରାୟଣ ମହାପାତ୍ର, ପୂର୍ବତନ ଜିଲା ସଭାପତି ସୌମତ୍ରି ନାୟକ,ଯୁବନେତା ରାକେଶ ତ୍ରିପାଠୀ,ଅଟଳ ପ୍ରଧାନ ଓ ନାରାୟଣ କର୍ମୀଙ୍କ ସମେତ ଦଳୀୟ ନେତାମାନେ ଏହି ଧାରଣାରେ ସାମିଲ ହୋଇଥିଲେ। ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ଅଶ୍ୱନୀ କୁମାର ମେହେର ପ୍ରଥମେ ଧାରଣାକାରୀଙ୍କ ସହ ଆଲୋଚନା କରିଥିଲେ ା ପରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲାପାଳ ମିଶ୍ର ଓ ଏସପି ରଘୁନାଥ ରାଓ ଭାଜପାର ଏକ ପ୍ରତିନିଧି ମଣ୍ଡଳୀ ସହିତ ଆଲୋଚନା କରି ମୃତକଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଲାଗି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବାରୁ ଧାରଣା ପ୍ରତ୍ୟାହୃତ ହୋଇଥିଲା ା
ପ୍ରକାଶଥାଉ କି, ଗତ ଜୁଲାଇ ୨୪ ତାରିଖରେ କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ସିଆଲଝୁଲି ଗ୍ରାମର ଲୋକନାଥଙ୍କୁ ଆମ୍ବଗାଁ ନାଳ ପାଖରେ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିଲା ା ଏହାକୁ ନେଇ ଜିଲାରେ ରାଜନୀତି ସରଗରମ ହୋଇପଡିଛି ା ଏହି ଘଟଣାରେ ମୃତକଙ୍କ ପରିବାର ଲୋକଙ୍କ ବୟାନକୁ ଆଧାର କରି କଣ୍ଟାମାଳ ବିଧାୟକ ମହୀଧର ରଣାଙ୍କ ପୁଅ ସଂପୃକ୍ତ ଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି ା ଅପରପକ୍ଷରେ ଏଥିରେ ତାଙ୍କ ପୁଅର କୌଣସି ସଂପୃକ୍ତି ନାହିଁ, ଏହାକୁ ରାଜନୈତିକ ରଙ୍ଗ ଦିଆଯାଉଛି ବୋଲି ବିଧାୟକ ରଣା ନିକଟରେ ଏକ ଖବରଦାତା ସମ୍ମିଳନୀରେ ପାଲଟା ଅଭିଯୋଗ କରିଛନ୍ତି ା ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ା ତେବେ ଲୋକନାଥଙ୍କ ହତ୍ୟା ନେଇ ବିଜେଡି ଭାଜପା ମଧ୍ୟରେ ଟଣାଓଟରା ଆରମ୍ଭ ହୋଇଥିବା ବେଳେ ଜିଲାରେ ରାଜନୈତିକ ଉଷ୍ମତା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର

ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ…

ବାହାଘରର ୨ ଦିନ ପରେ ପ୍ରେମିକ ସହ ଛୁ’ ନବବଧୂ: ସ୍ବାମୀ ଏତଲା ଦେବାପରେ ଘଟିଲା..

ବୌଦ୍ଧ, ୨୮।୨(ଅଜିତ କୁମାର ବାରିକ): ବାହାଘରର ୨ ପରେ ପ୍ରେମିକ ସାଙ୍ଗରେ ଫେରାର ହୋଇଯାଇଛନ୍ତି ନବବଧୂ। ଏଭଳି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲାରେ। ସ୍ବାମୀ ଥାନାରେ…

ବିୟୁଟିପାର୍ଲରରେ ଲାଗିଲା ଭୟଙ୍କର ନିଆଁ, ଧୂଆଁ ଦେଖି…

ବୌଦ୍ଧ,୨୭ା୨(ଅଜିତ କୁମାର ବାରିକ): ବୌଦ୍ଧ ସହରର ଖାଲିଆ ବଗିଚାଠାରେ ଏକ ବିୟୁଟିପାର୍ଲରରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଖାଲିଆ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri