୫ ବର୍ଷରେ ୫୦୦ରୁ ଅଧିକ ସାପ ଉଦ୍ଧାର କଲେଣି ଲୋକନାଥ, ସ୍ଥାନୀୟ ଅଞ୍ଚଳବାସୀଙ୍କ ପ୍ରଶଂସା

ଅମରପାଲି,୨୦।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତ ଅନ୍ତର୍ଗତ ପୁଲେଶ୍ୱର ଗ୍ରାମର ଲୋକନାଥ ଜଗଦଲା (୩୩) ବର୍ତ୍ତମାନ ଅଞ୍ଚଳରେ ଜଣେ ପରିଚିତ ସାପ ଉଦ୍ଧାରକାରୀ ଭାବେ ପରିଚିତ ହୋଇପାରିଛନ୍ତି। ପ୍ରାୟ ୫ ବର୍ଷ ଧରି ସେ ସ୍ବେଚ୍ଛାସେବୀ ଭାବେ ସାପ ଧରି ଲୋକଙ୍କୁ ସୁରକ୍ଷା ଯୋଗାଇ ଆସୁଛନ୍ତି।
କୌଣସି ଗ୍ରାମ କିମ୍ବା କାହା ଘରେ ସାପ ବାହାରିଲେ ଖବର ପାଇବା ମାତ୍ରେ ସେ ତୁରନ୍ତ ଘଟଣାସ୍ଥଳକୁ ପହଞ୍ଚି ସାପକୁ ସୁରକ୍ଷିତ ଭାବେ ଉଦ୍ଧାର କରନ୍ତି। ନାଗ, ଅଜଗର ଭଳି ବିଷଧର ଏବଂ ବୃହତ୍‌କାୟ ସାପକୁ ମଧ୍ୟ ସେ ସଫଳତାର ସହ ଧରି ନିକଟସ୍ଥ ଜଙ୍ଗଲରେ ଛାଡ଼ି ଦେଇଥାନ୍ତି। ଏପର୍ଯ୍ୟନ୍ତ ସେ ୫୦୦ରୁ ଅଧିକ ସାପ ଉଦ୍ଧାର କରିଥିବା ସୂଚନା ମିଳିଛି। ଲୋକନାଥ ସାପ ଧରିବାର ତାଲିମ ବୀରମହାରାଜପୁର ଅଞ୍ଚଳର ରୁଗୁଡ଼ିପାଲି ଗ୍ରାମର ତ୍ରିନାଥ ଜଗଦଲାଙ୍କ ଠାରୁ ଗ୍ରହଣ କରିଥିଲେ। ତାଙ୍କର ଏହି ସେବାମୂଳକ କାର୍ଯ୍ୟ ପାଇଁ ବିଭିନ୍ନ ମହଲରୁ ପ୍ରଶଂସା ଓ ସମ୍ମାନ ମିଳୁଛି। ଲୋକନାଥ କହିଛନ୍ତି, ସରକାରୀସ୍ତରରେ ସାପ ଉଦ୍ଧାରକାରୀଙ୍କୁ ଅଧିକ ତାଲିମ ପ୍ରଦାନ କରାଯିବା ସହ ଆବଶ୍ୟକୀୟ ସୁରକ୍ଷା ଉପକରଣ ଯୋଗାଇ ଦିଆଗଲେ ଏହି କାର୍ଯ୍ୟ ଆହୁରି ଫଳପ୍ରଦ ହୋଇପାରିବ। ଏଥିସହ ସାପ ଉଦ୍ଧାର କ୍ଷେତ୍ରରେ ପ୍ରଶିକ୍ଷିତ ଯୁବକମାନଙ୍କୁ ସରକାରୀ ଭାବେ ନିଯୁକ୍ତି ଦେବାକୁ ସେ ଅନୁରୋଧ କରିଛନ୍ତି। ସାହସ, ସେବା ଓ ପରିବେଶ ସୁରକ୍ଷା ପ୍ରତି ନିଷ୍ଠାର ଏକ ଉଜ୍ଜ୍ୱଳ ଉଦାହରଣ ପାଲଟିଥିବା ଲୋକନାଥଙ୍କ କାର୍ଯ୍ୟକୁ ସ୍ଥାନୀୟ ଅଞ୍ଚଳବାସୀ ଉଚ୍ଚ ପ୍ରଶଂସା କରୁଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?