ଲୋକନାଥ ମନ୍ଦିର ଉନ୍ନତୀକରଣ କାମ ଆଗେଇନି

ପୁରୀ ଅଫିସ, ୧୩ା୨:ଆଉ ଦିନ କେଇଟା ପରେ ମହାଶିବରାତ୍ରୀ ତଥା ଯାଗର ଯାତ୍ରା। ଏଥିପାଇଁ ସମସ୍ତ ଶୈବପୀଠରେ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଶ୍ରୀକ୍ଷେତ୍ର ତଥା ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ମଧ୍ୟ ଚଳଚଞ୍ଚଳ ହେବାକୁ ଲାଗିଲାଣି। ଏହି ପୀଠରେ ଜାଗର ଜାଳିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ତେବେ ପୀଠରେ ଅନେକ ସମସ୍ୟା ଦେଖିବାକୁ ମିଳିଥାଏ। ବର୍ଷା ସମୟରେ ମନ୍ଦିର ପରିସରରେ ପାଣି ଜମିବା ଓ ପୀଠରେ ଆଲୋକୀକରଣ ବ୍ୟବସ୍ଥା ନ ଥିବାରୁ ଭକ୍ତଙ୍କୁ ହଇରାଣ ହେବାକୁ ପଡ଼ିଥାଏ। ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତବର୍ଷ ନଭେମ୍ବରରେ ଭିଡିଓ କନଫରେନ୍ସ ମାଧ୍ୟମରେ ଶ୍ରୀଲୋକନାଥ ମନ୍ଦିର ସେବାୟତଙ୍କ ସହିତ ଆଲୋଚନା କରିବା ସହ ମନ୍ଦିର ଓ ଏହାର ଚତୁଃପାର୍ଶ୍ୱ ଉନ୍ନତି ପାଇଁ ୨୮ କୋଟି ଟଙ୍କା ମଞ୍ଜୁର କରିଥିଲେ। ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ବ୍ଲୁ ପ୍ରିଣ୍ଟି ଦେଖିଥିଲେ। ଏକବର୍ଷ ମଧ୍ୟରେ ଏହି ପ୍ରକଳ୍ପ ପୂର୍ଣ୍ଣାଙ୍ଗ ହେବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା। ପାଚେରୀ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ, ପାର୍କିଂ, ପାର୍ବତୀ ସାଗରର ଉନ୍ନତି, ଜାଗର ସମୟରେ ଶ୍ରଦ୍ଧାଳୁଙ୍କ ଦର୍ଶନ ସୁବିଧା, ସୌନ୍ଦର୍ଯ୍ୟକରଣ, ଆଲୋକୀକରଣ ବ୍ୟବସ୍ଥା ଇତ୍ୟାଦି କରାଯିବା ପାଇଁ ପ୍ରଶାସନ ପକ୍ଷରୁ ସ୍ଥିର କରାଯାଇଛି। ମାତ୍ର ମୁଖ୍ୟମନ୍ତ୍ରୀଙ୍କ ଘୋଷଣାର ୨ମାସ ପରେ ବି ଉନ୍ନତୀକରଣ କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ତେଣୁ ଧାର୍ଯ୍ୟ ସମୟରେ କାର୍ଯ୍ୟ ସରିବା ନେଇ ଆଶଙ୍କା ପ୍ରକାଶ ପାଇଛି।
ଅନ୍ୟପକ୍ଷରେ ଶ୍ରୀଲୋକନାଥ ମନ୍ଦିର ସେବାୟତ ନିଯୋଗର ସମ୍ପାଦକ ସନ୍ତୋଷ କୁମାର ପଣ୍ଡା କହିଛନ୍ତି, ଏହି ପ୍ରାଚୀନ ମନ୍ଦିରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ପ୍ୟାକେଜ ଘୋଷଣା କରିଛନ୍ତି ଏବଂ ୫-ଟି ସଚିବ ଯେଭଳି ପଦକ୍ଷେପ ନେଉଛନ୍ତି ସେଥିପାଇଁ ସମସ୍ତ ସେବାୟତ ଖୁସି ଅଛନ୍ତି। ମନ୍ଦିରର ପ୍ରସ୍ତସ୍ତୀକରଣ, ବିଦ୍ୟୁତ କରଣ, ଜଳ ନିଷ୍କାସନ ଆଦି ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ହେବା ନେଇ ସୂଚନା ଦିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ମନ୍ଦିରର ଉନ୍ନତିୀକରଣ ପାଇଁ ୨୮କୋଟି ଟଙ୍କା ଖର୍ଚ୍ଚ ମଞ୍ଜୁର ହୋଇଛି। କାର୍ଯ୍ୟ ପାଇଁ ଟେଣ୍ଡର ଡକା ସରିଛି। ଲୋକନାଥଙ୍କ ବଡ଼ପର୍ବ ପଙ୍କୋଦ୍ଧାର ଏକାଦଶୀ ଓ ଜାଗର ଯାତ୍ରାରେ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବେ। ତେଣୁ ଜାଗର ପରେ କାର୍ଯ୍ୟ ଆଗେଇବ। ତେବେ ଧାର୍ଯ୍ୟ ସମୟରେ କାର୍ଯ୍ୟ ସାରିବା ପ୍ରଶାସନ ଉପରେ ନିର୍ଭର କରୁଛି। ଲୋକନାଥ ପୀଠ କ୍ଷେତ୍ରରେ ଜାଗା ସମସ୍ୟା ନାହିଁ। ଯେଉଁ ସ୍ଥାନରେ କାର୍ଯ୍ୟ କରାଯିବ ତାହା ଶ୍ରୀଲୋକନାଥ ଦେବଙ୍କ ନାମରେ ରହିଛି। ତେଣୁ କାର୍ଯ୍ୟରେ କୌଣସି ସମସ୍ୟା ସୃଷ୍ଟି ହେବନାହିଁ। ମହାପ୍ରଭୁଙ୍କ କାର୍ଯ୍ୟ ପାଇଁ ସମସ୍ତେ ଖୁସି ଅସନ୍ତି, ସମସ୍ତଙ୍କ ସହଯୋଗ ରହିଛି। ଖୁବଶୀଘ୍ର କାର୍ଯ୍ୟ ଆରମ୍ଭ ହୋଇ ଧାର୍ଯ୍ୟ ସମୟରେ ସରିବ ବୋଲି ଆଶା ରହିଛି। ଅନ୍ୟପକ୍ଷରେ ଏ ନେଇ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri