ଲୋକନାଥ ମନ୍ଦିର ଉନ୍ନତୀକରଣ କାମ ଆଗେଇନି

ପୁରୀ ଅଫିସ, ୧୩ା୨:ଆଉ ଦିନ କେଇଟା ପରେ ମହାଶିବରାତ୍ରୀ ତଥା ଯାଗର ଯାତ୍ରା। ଏଥିପାଇଁ ସମସ୍ତ ଶୈବପୀଠରେ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଶ୍ରୀକ୍ଷେତ୍ର ତଥା ରାଜ୍ୟର ପ୍ରମୁଖ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ମଧ୍ୟ ଚଳଚଞ୍ଚଳ ହେବାକୁ ଲାଗିଲାଣି। ଏହି ପୀଠରେ ଜାଗର ଜାଳିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ତେବେ ପୀଠରେ ଅନେକ ସମସ୍ୟା ଦେଖିବାକୁ ମିଳିଥାଏ। ବର୍ଷା ସମୟରେ ମନ୍ଦିର ପରିସରରେ ପାଣି ଜମିବା ଓ ପୀଠରେ ଆଲୋକୀକରଣ ବ୍ୟବସ୍ଥା ନ ଥିବାରୁ ଭକ୍ତଙ୍କୁ ହଇରାଣ ହେବାକୁ ପଡ଼ିଥାଏ। ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତବର୍ଷ ନଭେମ୍ବରରେ ଭିଡିଓ କନଫରେନ୍ସ ମାଧ୍ୟମରେ ଶ୍ରୀଲୋକନାଥ ମନ୍ଦିର ସେବାୟତଙ୍କ ସହିତ ଆଲୋଚନା କରିବା ସହ ମନ୍ଦିର ଓ ଏହାର ଚତୁଃପାର୍ଶ୍ୱ ଉନ୍ନତି ପାଇଁ ୨୮ କୋଟି ଟଙ୍କା ମଞ୍ଜୁର କରିଥିଲେ। ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ବ୍ଲୁ ପ୍ରିଣ୍ଟି ଦେଖିଥିଲେ। ଏକବର୍ଷ ମଧ୍ୟରେ ଏହି ପ୍ରକଳ୍ପ ପୂର୍ଣ୍ଣାଙ୍ଗ ହେବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା। ପାଚେରୀ ନିର୍ମାଣ, ରାସ୍ତା ପ୍ରଶସ୍ତୀକରଣ, ପାର୍କିଂ, ପାର୍ବତୀ ସାଗରର ଉନ୍ନତି, ଜାଗର ସମୟରେ ଶ୍ରଦ୍ଧାଳୁଙ୍କ ଦର୍ଶନ ସୁବିଧା, ସୌନ୍ଦର୍ଯ୍ୟକରଣ, ଆଲୋକୀକରଣ ବ୍ୟବସ୍ଥା ଇତ୍ୟାଦି କରାଯିବା ପାଇଁ ପ୍ରଶାସନ ପକ୍ଷରୁ ସ୍ଥିର କରାଯାଇଛି। ମାତ୍ର ମୁଖ୍ୟମନ୍ତ୍ରୀଙ୍କ ଘୋଷଣାର ୨ମାସ ପରେ ବି ଉନ୍ନତୀକରଣ କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ତେଣୁ ଧାର୍ଯ୍ୟ ସମୟରେ କାର୍ଯ୍ୟ ସରିବା ନେଇ ଆଶଙ୍କା ପ୍ରକାଶ ପାଇଛି।
ଅନ୍ୟପକ୍ଷରେ ଶ୍ରୀଲୋକନାଥ ମନ୍ଦିର ସେବାୟତ ନିଯୋଗର ସମ୍ପାଦକ ସନ୍ତୋଷ କୁମାର ପଣ୍ଡା କହିଛନ୍ତି, ଏହି ପ୍ରାଚୀନ ମନ୍ଦିରର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ପ୍ୟାକେଜ ଘୋଷଣା କରିଛନ୍ତି ଏବଂ ୫-ଟି ସଚିବ ଯେଭଳି ପଦକ୍ଷେପ ନେଉଛନ୍ତି ସେଥିପାଇଁ ସମସ୍ତ ସେବାୟତ ଖୁସି ଅଛନ୍ତି। ମନ୍ଦିରର ପ୍ରସ୍ତସ୍ତୀକରଣ, ବିଦ୍ୟୁତ କରଣ, ଜଳ ନିଷ୍କାସନ ଆଦି ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ହେବା ନେଇ ସୂଚନା ଦିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ମନ୍ଦିରର ଉନ୍ନତିୀକରଣ ପାଇଁ ୨୮କୋଟି ଟଙ୍କା ଖର୍ଚ୍ଚ ମଞ୍ଜୁର ହୋଇଛି। କାର୍ଯ୍ୟ ପାଇଁ ଟେଣ୍ଡର ଡକା ସରିଛି। ଲୋକନାଥଙ୍କ ବଡ଼ପର୍ବ ପଙ୍କୋଦ୍ଧାର ଏକାଦଶୀ ଓ ଜାଗର ଯାତ୍ରାରେ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବେ। ତେଣୁ ଜାଗର ପରେ କାର୍ଯ୍ୟ ଆଗେଇବ। ତେବେ ଧାର୍ଯ୍ୟ ସମୟରେ କାର୍ଯ୍ୟ ସାରିବା ପ୍ରଶାସନ ଉପରେ ନିର୍ଭର କରୁଛି। ଲୋକନାଥ ପୀଠ କ୍ଷେତ୍ରରେ ଜାଗା ସମସ୍ୟା ନାହିଁ। ଯେଉଁ ସ୍ଥାନରେ କାର୍ଯ୍ୟ କରାଯିବ ତାହା ଶ୍ରୀଲୋକନାଥ ଦେବଙ୍କ ନାମରେ ରହିଛି। ତେଣୁ କାର୍ଯ୍ୟରେ କୌଣସି ସମସ୍ୟା ସୃଷ୍ଟି ହେବନାହିଁ। ମହାପ୍ରଭୁଙ୍କ କାର୍ଯ୍ୟ ପାଇଁ ସମସ୍ତେ ଖୁସି ଅସନ୍ତି, ସମସ୍ତଙ୍କ ସହଯୋଗ ରହିଛି। ଖୁବଶୀଘ୍ର କାର୍ଯ୍ୟ ଆରମ୍ଭ ହୋଇ ଧାର୍ଯ୍ୟ ସମୟରେ ସରିବ ବୋଲି ଆଶା ରହିଛି। ଅନ୍ୟପକ୍ଷରେ ଏ ନେଇ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri