ବିକାଶଠାରୁ ଦୂରରେ ଲୋକନାଥପୁର, ସମୂହ ଭୋଟ୍‌ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଛତ୍ରପୁର,୧୧ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବିପୁଳିଙ୍ଗୀ ପଞ୍ଚାୟତର ଲୋକନାଥପୁର ଶାସନ ଗାଁ ବିକାଶର ବହୁ ଦୂରରେ ରହିଛି। ରାସ୍ତାଘାଟଠୁ ନେଇ ମୌଳିକ ସମସ୍ୟାରେ ଜର୍ଜରିତ ଗ୍ରାମବାସୀ ଯାହାକୁ ନେଇ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଇଛନ୍ତି। ନିର୍ବାଚନ ସମୟରେ ଜନପ୍ରତିନିଧିମାନେ ଆସି ଅନେକ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଆଜକୁ ଦୀର୍ଘ ବର୍ଷ ବିତିଥିଲେ ହେଁ ଗାଁର ବିକାଶ ହୋଇପାରିନାହିଁ। ଗାଁକୁ ଯିବା ପାଇଁ ମୁଖ୍ୟରାସ୍ତାର ଅବସ୍ଥା ନ କହିବା ଭଲ ଆମ୍ବୁଲାନ୍ସ ଟିଏ ଯିବା ବି ଅସମ୍ଭବ। ଅବଡ଼ାଖାବଡା ରାସ୍ତା ଦେଇ ଯିବା ଆସିବା କଷ୍ଟକର। ରାସ୍ତା ପାଇଁ ସରପଞ୍ଚଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନକୁ ଜଣାଇଥିଲେ ମଧ୍ୟ କେହି ଶୁଣୁ ନ ଥିବା କହିଛନ୍ତି ଗ୍ରାମବାସୀ। ସେହିପରି ଗ୍ରାମରେ ଥିବା ପୋଖରୀଟି ପୋତି ହୋଇଯାଇଥିବା ବେଳେ ପୁନରୁଦ୍ଧାର ହୋଇପାରୁନାହିଁ ଦଳ ପଙ୍କ ପରିପୂର୍ଣ୍ଣ ହୋଇରହିଛି। ମଣିଷ ବ୍ୟବହାର କରିବା ତ ଦୂରର କଥା ପଶୁପକ୍ଷୀଙ୍କ ପିଇବା ପାଇଁ ମଧ୍ୟ ଅନୁପଯୋଗୀ। ମନରେଗା ଯୋଜନାରେ ପଞ୍ଚାୟତର ବିଭିନ୍ନ ପୋଖରୀର ପୁନରୁଦ୍ଧାର ହେଉଥିବା ବେଳେ ଆମ ଗାଁ ପୋଖରୀର କାହିଁକି ଉଦ୍ଧାର ହେଉନି ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ସେପଟେ ଗ୍ରାମରେ ଥିବା ଏକମାତ୍ର ବିଦ୍ୟାଳୟଟି ବନ୍ଦ ହୋଇଯିବା ଫଳରେ ୩କିଲୋମିଟର ଚାଲିକି ଯାଉଛନ୍ତି ପିଲା। ଗାଁ ଶ୍ମଶାନକୁ ଯିବା ପାଇଁ ରାସ୍ତା ନ ଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି। ଏହିଭଳି ଅନେକ ସମସ୍ୟାରେ ଲୋକନାଥପୁର ଗ୍ରାମବାସୀ ଜୀବନ ବିତାଉଛନ୍ତି। ଆଉ ଏଥର କଡ଼ା ଚେତାବନୀ ଦେଇଛନ୍ତି ଗ୍ରାମବାସୀ। ଚଳିତ ନିର୍ବାଚନ ଭିତରେ ଯଦି ଗ୍ରାମର ସମସ୍ତ ସମସ୍ୟା ଦୂର ନ ହୁଏ ସବୁ ଗ୍ରାମବାସୀ ସମୂହ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri