ତଥ୍ୟ ଦେବାକୁ ୨ ବିଡିଓଙ୍କୁ ଲୋକପାଳଙ୍କ ନିର୍ଦ୍ଦେଶ

ମାଲକାନଗିର, ୧୦।୯(ସ୍ବ.ପ୍ର./ଡି.ଏନ୍‌.ଏ.): ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଜାଣିବାକୁ ଚାହୁଁଥିବା କାର୍ଯ୍ୟ ସମ୍ପର୍କରେ ତଥ୍ୟ ମାଗି ନିରାଶ ହେବା ପରେ ଆବେଦନକାରୀ ଲୋକପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ଲୋକପାଳ ମାମଲାକୁ ଗ୍ରହଣକରି ଆବେଦନକାରୀଙ୍କୁ ଶୀଘ୍ର ତଥ୍ୟ ଯୋଗାଇଦେବାକୁ ମାଲକାନଗିରି ଜିଲାର ୨ଜଣ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଖବରରୁ ଜଣାପଡିଛି, ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଉଡୁପା ପଞ୍ଚାୟତରେ ହୋଇଥିବା ଦୁର୍ନୀତି ସମ୍ପର୍କରେ ଠିକ୍‌ ଭାବେ ଯାଞ୍ଚକରି ଜିଲାପାଳଙ୍କ ମାଧ୍ୟମରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଆଇନଜୀବୀ ଅଶୋକ ପଟ୍ଟନାୟକ ମାଥିଲି ଜନ ସୂଚନା ଅଧିକାରୀଙ୍କୁ ତଥ୍ୟ ମାଗିଥିଲେ। ମାଥିଲି ପଞ୍ଚାୟତ ସମିତିକୁ ହାତିରାମ ବିଦ୍ୟାଳୟରେ ହୋଇଥିବା କାର୍ଯ୍ୟ ସମ୍ପର୍କରେ ମଧ୍ୟ ତଥ୍ୟ ମାଗିଥିଲେ। ସେହିପରି ଏମ୍‌ଜିଏନ୍‌ଆରଇଜିଏସ୍‌ରେ ବିଭିନ୍ନ କାର୍ଯ୍ୟରେ ହୋଇଥିବା ଅନିୟମିତତାର ଯାଞ୍ଚ ପାଇଁ ପଟ୍ଟନାୟକ ପଞ୍ଚାୟତରେ ପହଞ୍ଚତ୍ ସମ୍ପୃକ୍ତ ଅଧିକାରୀଙ୍କୁ ରେକର୍ଡ ଯାଞ୍ଚ ଲାଗି କହିଥିଲେ। ମାତ୍ର ଗ୍ରାମ ରୋଜଗାର ସେବକଙ୍କ ପାଖରେ ରେକର୍ଡ ରହିଛି। ସେ କାମରେ ବ୍ଲକ ଯାଇଛନ୍ତି କହି ସମ୍ପୃକ୍ତ ଅଧିକାରୀ ରେକର୍ଡଗୁଡିକ ଦେଖାଇ ନ ଥିଲେ। ପରେ ପଟ୍ଟନାୟକ ଲୋକପାଳଙ୍କ ଦ୍ୱାରସ୍ଥ ହୋଇ ଏକ ମାମଲା ରୁଜୁ କରିଥିଲେ। ମାମଲାକୁ ବିଚାର ପାଇଁ ଗ୍ରହଣକରି ଲୋକପାଳ ସୁନାକର ପାଳ ମାଲକାନଗିରି ବିଡିଓ ଓ ମାଥିଲି ବିଡିଓଙ୍କୁ ସମସ୍ତ ନଥିପତ୍ର ଯାଞ୍ଚ ପାଇଁ ପଟ୍ଟନାୟକଙ୍କୁ ପ୍ରଦାନ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଅବହେଳା କଲେ ଅର୍ଥଦଣ୍ଡ ସହ ଅନ୍ୟାନ୍ୟ ଆଇନଗତ କାର୍ଯ୍ୟାନୁୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ସୂଚନାଯୋଗ୍ୟ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ପ୍ରତ୍ୟେକ ଗରିବ ପରିବାରଙ୍କୁ ୧୦୦ ଦିନ କାମ ଦେବାର ବ୍ୟବସ୍ଥା ସହ ଗ୍ରାମର ଉନ୍ନତି ପାଇଁ ବ୍ୟବସ୍ଥା ରହିଛି। ମାତ୍ର ଏଥିରେ ଦୁର୍ନୀତି ଯୋଗୁ ଏହାର ଅର୍ଥ ହିତାଧିକାରୀଙ୍କ ନିକଟକୁ ନ ଯାଇ ବାଟମାରଣା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri