Posted inଜାତୀୟ

ମୌସୁମୀ ଅଧିବେଶନ ପୂର୍ବରୁ ୫ ଏମ୍‌ପିଙ୍କୁ କରୋନା

ନୂଆଦିଲ୍ଲୀ,୧୩।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହା ପୂର୍ବରୁ ଲୋକ ସଭାର ୫ ଜଣ ସଦସ୍ୟ କରୋନା ପଜିଟିଭ ଥିବା ଜଣାପଡିଛି। ବର୍ତ୍ତମାନ ଅଧିକ ସାଂସଦଙ୍କ କରୋନା ପରୀକ୍ଷା ଚାଲିଛି। କରୋନା ସଙ୍କଟ ଯୋଗୁ ଏଥରର ସଂସଦ ଅଧିବେଶନରେ କିଛି ପରିବର୍ତ୍ତନ କରାଯାଇଛି। ସଂସଦ ଅଧିବେଶନରେ କରୋନା ଗାଇଡଲାଇନ ସମ୍ପୂର୍ଣ୍ଣ ପାଳନ କରାଯିବ। ଲୋକ ସଭା ପ୍ରତିଦିନ ୪ ଘଣ୍ଟା ବସିବ। ଏହି ପରିପ୍ରେକ୍ଷୀରେ, ଶୂନ କାଳର ଅବଧି ମଧ୍ୟ ଅଧ ଘଣ୍ଟାକୁ ହ୍ରାସ କରାଯାଇଛି। ପ୍ରଶ୍ନଗୁଡ଼ିକର ଲିଖିତ ଆକାରରେ ମଧ୍ୟ ଉତ୍ତର ଦିଆଯିବ। ସଂସଦ ଅଧିବେଶନ ପାଇଁ ଲୋକସଭା ବାଚସ୍ପତି ଓମ ବିର୍ଲା କହିଛନ୍ତି ଯେ ଏହି ସଙ୍କଟ ସମୟରେ ସମସ୍ତେ ଏକ ହୋଇ କାମ କରିବା ଆବଶ୍ୟକ। ସାମ୍ବିଧାନିକ ଦାୟିତ୍ୱ ଗୁଡିକ ପୂରଣ କରିବାର ଏବେ ସମୟ। ସମସ୍ତ ସଦସ୍ୟଙ୍କୁ ଅଧିବେଶନ ପୂର୍ବରୁ ସେମାନଙ୍କର କରୋନା ଟେଷ୍ଟ କରିବାକୁ ପଡିବ। ଏମ୍‌ପିମାନେ ସେମାନଙ୍କର ଉପସ୍ଥିତିକୁ ଡିଜିଟାଲ ରେଜିଷ୍ଟ୍ରେସନ ମାଧ୍ୟମରେ କରିପାରିବେ। ଏଥର ସଂସଦ ଗୃହରେ ସମ୍ପୂର୍ଣ୍ଣ ଡିଜିଟାଲ ଚିଠି ରହିବ। ସଂକ୍ରମଣକୁ ରୋକିବା ପାଇଁ ନିରନ୍ତର ସାନିଟାଇଜ୍‌ ବ୍ୟବସ୍ଥା କରାଯିବ।

ସୂଚନାଯୋଗ୍ୟ, ସଂସଦର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୪ରୁ ଆରମ୍ଭ ହୋଇ ଅକ୍ଟୋବର ୧ରେ ଶେଷ ହେବ। କରୋନା ସଙ୍କଟ ମଧ୍ୟରେ ହେବାକୁ ଥିବା ଏହି ଅଧିବେଶନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି। ଏମ୍‌ପିମାନଙ୍କୁ ଲୋକ ସଭା ଓ ରାଜ୍ୟ ସଭାରେ ସାମାଜିକ ଦୂରତା ବଜାୟ ରଖିବେ। ଏଥିପାଇଁ ଦୁଇଟି ଚାମ୍ବର ଏବଂ ଏକ ଗ୍ୟାଲେରୀ ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri