ମିଳିଛି ଗ୍ରୀନ୍‌ ସିଗ୍‌ନାଲ: ପୂରଣ ହେବ ଦୀର୍ଘଦିନର ସ୍ବପ୍ନ

ପୁରୁଷୋତ୍ତମପୁର,୧୮।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବାସୀଙ୍କ ଦୀର୍ଘଦିନର ସ୍ବପ୍ନ ପୁରଣ ହେବାକୁ ଯାଉଛି। ସହରର ମୁଖ୍ୟରାସ୍ତାରେ ଷ୍ଟ୍ରିଟଲାଇଟ ଲଗାଇବା, ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ, ପୁରୁଷୋତ୍ତମପୁର-ବ୍ରହ୍ମପୁର ରାସ୍ତାର କାଳୀ ମନ୍ଦିର ଛକଠାରୁ ପାଣ୍ଡିଆ ଛକ ମଧ୍ୟରେ ଥିବା ବିଭିନ୍ନ ସାହି ବସ୍ତି ରାସ୍ତା ସଂକୀର୍ଣ୍ଣ ହେତୁ ପାଣ୍ଡିଆ ଛକରୁ ସ୍ବପ୍ନେଶ୍ବର ମନ୍ଦିର ଛକକୁ ଏକ ବାଇପାସ୍‌ ରାସ୍ତା ଲାଗି ସହରବାସୀ ପୂର୍ବରୁ ଦାବି କରିଆସୁଥିଲେ। ଏହି ସବୁ ସମସ୍ୟା ନେଇ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ସମାଧାନ ଲାଗି ଶନିବାର ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କ ସମେତ ରାଜସ୍ବ ବିଭାଗ, ପରିବହନ ବିଭାଗ ଏବଂ ପୂର୍ତ୍ତ ବିଭାଗ ସହ କାର୍ଯ୍ୟକାରୀ ସକାଶେ ଆଲୋଚନା କରିଛନ୍ତି। ଏଥିନେଇ ସରକାରଙ୍କ ପକ୍ଷରୁ ଗ୍ରୀନ୍‌ ସିଗ୍‌ନାଲ ମିଳିଛି। ଫଳରେ ଜନସାଧାରଣଙ୍କ ବହୁ ଦିନର ସ୍ବପ୍ନ ପୂରଣ ହେବା ଏକ ପ୍ରକାର ସ୍ପଷ୍ଟ ହୋଇଛି।

ଏପରି କି ସହର ମଧ୍ୟ ଦେଇ ଯାଇଥିବା ପୂର୍ତ୍ତ ବିଭାଗ ଆସିକା-ହୁମ୍ମା ମୁଖ୍ୟ ରାସ୍ତାର କୁମାରୀଠାରୁ ସ୍ବପ୍ନେଶ୍ବର ମନ୍ଦିର ଛକ ପର୍ଯ୍ୟନ୍ତ ପ୍ରାୟ ୨କିମି ରାସ୍ତା ୪ ଲେନ୍‌ ହେବାର ପ୍ରାୟ ଦୁଇ ବର୍ଷ ବିତିଥିଲେ ସୁଦ୍ଧା ରାସ୍ତା ମଝିରେ ଥିବା ଡିଭାଇଡରରେ ଷ୍ଟ୍ରିଟ୍‌ଲାଇଟ ଲାଗି ନ ଥିବା ହେତୁ ସହରଟି ଅନ୍ଧାର ମଧ୍ୟରେ ରହିବା ସହ ବାରମ୍ବାର ଦୁର୍ଘଟଣା ଘଟୁଛି। ଏହାକୁ ନେଇ ଜନସାଧାରଣଙ୍କ ଅସନ୍ତୋଷ ଓ ଅଭିଯୋଗକୁ ଗୁରୁତ୍ୱ ଦେଇ ଖଲ୍ଲିକୋଟ ବିଧାୟିକା ମୁଖ୍ୟ ଯନ୍ତ୍ରୀ ଓ ନିର୍ବାହୀ ଯନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏନେଇ ନିର୍ବାହୀ ଯନ୍ତ୍ରୀ ତପନ କୁମାର ପାଣିଗ୍ରାହୀ ଜାନୁୟାରୀ ସୁଦ୍ଧା ପ୍ରାୟ ୭୦ ଲକ୍ଷ ଟଙ୍କା ବ୍ୟୟରେ ୧୭୪ଟି ଷ୍ଟ୍ରିଟଲାଇଟ ଲଗାଇବା ଲାଗି ପ୍ରତିଶ୍ରୁତି ଦେଇଛନ୍ତି।

ସେହିପରି ପାଣ୍ଡିଆ ଛକଠାରୁ ସ୍ବପ୍ନେଶ୍ବର ମନ୍ଦିର ଛକ ପର୍ଯ୍ୟନ୍ତ ବାଇପାସ ରାସ୍ତା ନିର୍ମାଣ ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ଏହାର ସର୍ଭେ ଆରମ୍ଭ କରି ଜମି ଅଧିଗ୍ରହଣ ଲାଗି ପଦକ୍ଷେପ ନିଆଯିବ ବୋଲି ଯନ୍ତ୍ରୀ କହିଛନ୍ତି। ଦଲିବିଲଠାରେ ୨ ଏକର ୫୦୦ ଡିସିମିଲ ଜମିରେ ବସ୍‌ଷ୍ଟାଣ୍ଡ ନିର୍ମାଣ ଲାଗି ପରିବହନ ମନ୍ତ୍ରୀ ଓ ସଚିବ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ପୁରୁଷୋତ୍ତମପୁର ଏବଂ ଖଲ୍ଲିକୋଟ ବ୍ଲକ, ଏନ୍‌ଏସି ଅଞ୍ଚଳର ଜନସାଧାରଣ ଓ ଚାଷୀଙ୍କ ଜମିକୁ ବିଦ୍ୟୁତ୍‌ ଯୋଗାଣ ସହ ଜଳଯୋଗାଣ ଲାଗି ବ୍ୟବସ୍ଥା କରିବାକୁ ଶକ୍ତି ମନ୍ତ୍ରୀ ଏବଂ ଅଧିକାରୀଙ୍କ ସହ ବିଧାୟିକା ଆଲୋଚନା କରିଛନ୍ତି। ଖଲ୍ଲିକୋଟ ରେଳ ଲାଇନ ଓଭରବ୍ରିଜ ନିର୍ମାଣ ଲାଗି ଗ୍ରାମ୍ୟ ଉନ୍ନୟନ ବିଭାଗୀୟ ମୁଖ୍ୟ ଯନ୍ତ୍ରୀଙ୍କ ସହ କଥାହୋଇ ତୁରନ୍ତ ପଦକ୍ଷେପ ନେବା ଲାଗି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri