ଶ୍ମଶାନ ଆଗରେ ଲମ୍ବା ଲାଇନ୍‌

ବେଙ୍ଗାଲୁରୁ, ୧୯।୭: କରୋନା ମହାମାରୀ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଆଗରେ ଲମ୍ବା ଲାଇନ୍‌ ଲାଗି ରହୁଛି। ଅନ୍ତିମ ସଂସ୍କାର ପାଇଁ ମୃତକଙ୍କ ପ୍ରିୟପରିଜନଙ୍କୁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ବେଙ୍ଗାଲୁରୁର ଇଲେକ୍ଟ୍ରିକ୍‌ ଶବ ଦାହ ଗୃହ ସମ୍ମୁଖରେ ଏଭଳି ଦୃଶ୍ୟ ଦେଖିବାକୁ ମିଳୁଛି। ଏଠାରେ ମେ ୧ରୁ ଜୁଲାଇ ୧୭ ଗତ ୮୦ ଦିନ ମଧ୍ୟରେ ୪ ହଜାର ୨୭୮ ଜଣଙ୍କ ମୃତ୍ୟୁ ଘଟିଲାଣି। ବେଙ୍ଗାଲୁରୁ ସହର ସହିତ ବାହାରୁ ଆସିଥିବା ବହୁ ମୃତକଙ୍କର ମଧ୍ୟ ଏଠାରେ ଅନ୍ତିମ ସଂସ୍କାର କରାଯାଉଛି। ଶ୍ମଶାନ ବାହାରେ ଆମ୍ବୁଲାନ୍ସ୍‌ ଏବଂ ମୃତଦେହ ଆଣୁଥିବା ବିଭିନ୍ନ ସେଚ୍ଛାସେବୀ ସଂସ୍ଥାର ଗାଡ଼ି ଲମ୍ବା ଲାଇନ୍‌ରେ ଠିଆ ହୋଇଥିବାର ଦୃଶ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କରୋନା ମହମାରୀ ସଙ୍କଟରେ ଏହି ଫଟୋ ବହୁ ୟୁଜରଙ୍କୁ ବେଶ୍‌ ଭାବୁକ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri