ରୋଗୀଙ୍କ ଲମ୍ବା ଧାଡ଼ି, ଡାକ୍ତରଙ୍କ ଚେୟାର ଖାଲି

ନୂଆଗାଁ ,୫।୫(ଡି.ଏନ.ଏ.):ନୟାଗଡ଼ ଜିଲା ନୂଆଗାଁ  ବ୍ଲକ ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରୋଗୀଙ୍କ ଲମ୍ବା ଧାଡ଼ି ଲାଗିଥିବା ବେଳେ ଡାକ୍ତରଙ୍କ ଚେୟାର ଖାଲି ପଡ଼ିଥିବା ଅଭିଯୋଗ ହୋଇଛି।
ସରକାର ଡାକ୍ତରଖାନାରେ ମାଗଣାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାର ବ୍ୟବସ୍ଥା କୁହାଯାଉବେଳେ ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଥିରେ ବ୍ୟତିକ୍ରମ ଘଟୁଥିବା ନେଇ ଅଭିଯୋଗ ହେଉଛି। ସକାଳ ୮ଟାରେ ଆଉଟ୍‌ ଡୋର୍‌ରେ ଡାକ୍ତର ରୋଗୀ ଦେଖିବାର ବ୍ୟବସ୍ଥା ରହିଛି। କିନ୍ତୁ ବହୁ ବିଳମ୍ବରେ ଡାକ୍ତର ଆସୁଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ନୂଆଗାଁ  ବ୍ଲକର କୌଣସି ସ୍ଥାନରେ ଦୁର୍ଘଟଣା ଘଟିଲେ ଅଗ୍ନିଶମ ବାହିନୀ ଗାଡ଼ି କିମ୍ବା ଅନ୍ୟ କୌଣସି ରୋଗୀକୁ ୧୦୮ ଆମ୍ବୁଲାନ୍ସ ପ୍ରଥମେ ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେବା ପରେ ଆବଶ୍ୟକ ସ୍ଥଳେ ସେଠାରୁ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। କିନ୍ତୁ ଆମ୍ବୁଲାନ୍ସ ରୋଗୀଙ୍କୁ ନେଇ ଯିବା ସମୟରେ ଡାକ୍ତରଙ୍କ ଅନୁପସ୍ଥିତି ରୋଗୀଙ୍କ ସମ୍ପର୍କୀୟଙ୍କୁ ବିଚଳିତ କରିଛି। ସିଙ୍ଗାରପଲି ପଞ୍ଚାୟତ ଓଡ଼କପା ଗ୍ରାମର ମୀରା ଖିଲାର ରୋଗରେ ଛଟପଟ ହେବାରୁ ସମ୍ପର୍କୀୟମାନେ ୧୦୮ ଆମ୍ବୁଲାନ୍ସ ଯୋଗେ ସକାଳ ୮ଟାରେ ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେତେବେଳକୁ ଅନେକ ରୋଗୀ ଡାକ୍ତରଙ୍କୁ ଅପେକ୍ଷା କରିଥିଲେ ମଧ୍ୟ ଡାକ୍ତର ଆସି ନ ଥିଲେ। ଏ ବାବଦରେ ଫୋନ ଯୋଗେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କୁ ଜଣାଯାଇଥିଲା। ପରେ ଡାକ୍ତର ଆସି ମୀରାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ଏ ସମ୍ପର୍କରେ ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. ସତୀଶ ନିବେଦନଙ୍କୁ ପଚାରିବାରେ ଡାକ୍ତର ଶୌଚାଳୟ ଯାଇଥିଲେ। ତେଣୁ ସିକ୍ୟୁରିଟିକୁ କହି ମ୍ୟାନେଜ କରିଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri