ସାର ପାଇଁ ଚାଷୀଙ୍କ ଲମ୍ବା ଲାଇନ୍‌: ରାତି ୨ ଟାରୁ…

ବୁଗୁଡ଼ା,୨୭।୯(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବି କରଡାବାଡି ସେବା ସମବାୟ ସମିତି ଆଗରେ ସାର ପାଇଁ ରାତି ୨ଟାରୁ ଚାଷୀଙ୍କ ଲମ୍ବା ଲାଇନ୍‌ ଦେଖିବାକୁ ମିଳିଛି। ଚାଷ ଜମିରେ ରୁଆ ସରିବା ପରେ ସାରର ଆବଶ୍ୟକତା ଥିବା ବେଳେ ଚାଷୀଙ୍କୁ ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସେବା ସମବାୟ ସମିତିରୁ ସାରା ନ ମିଳିବାରୁ ବିଭିନ୍ନ ପ୍ରତିବାଦ ହୋଇ ଖବରକାଗଜରେ ପ୍ରକାଶିତ ହୋଇଥିଲା।
ସେହିପରି ସାର ପାଇଁ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ବୁଗୁଡ଼ା ବ୍ଳକ ଓ ତହସିଲଦାର ଜରିଆରେ ମୁଖ୍ୟମନ୍ତ୍ରୀ ଉଦେଶ୍ୟରେ ଏକ ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ଯାହାକୁ ନେଇ ରାତି ୨ଟାରୁ ବି କରଡାବାଡି ସେବା ସମବାୟ ସମିତି ଆଗରେ, ସମିତି ଅଧୀନରେ ଥିବା ବିଭିନ୍ନ ଗ୍ରାମର ୫୦୦ରୁ ଊଦ୍ଧର୍‌ବ ଚାଷୀ ବର୍ଷାରେ ଭିଜି ଭିଜି ସାର ପାଇଁ ଲମ୍ବା ଧାଡ଼ିରେ ଛିଡ଼ା ହୋଇ ସାର ନେଉଥିବା ଦେଖିବାକୁ ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri