ସାର ପାଇଁ ଚାଷୀ ହଟହଟା: ଭୋରରୁ ଚାଷୀଙ୍କ ଲମ୍ବା ଧାଡ଼ି, ପ୍ରବଳ ତାତି ଯୋଗୁ ଅଚେତ୍‌ ହୋଇଗଲେ ୩ ମହିଳା

ଦିଗପହଣ୍ଡି/ପାଟପୁର,୧୭।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ୟୁରିଆ ସାରର ଘୋର ଅଭାବ ଦେଖାଦେଇଛି। ବୁଧବାର ଭୋରରୁ ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପ୍ରାଥମିକ ସେବା ସମବାୟ ସମିତ କାର୍ଯ୍ୟାଳୟ ସମ୍ମୁଖରେ ସାର ପାଇଁ ଖଲିଙ୍ଗି ଏବଂ ଏରେନଡ୍ରା ଗ୍ରାମର ଚାଷୀଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଚଣ୍ଡ ଖରା ତାତି ଯୋଗୁ ସାର ପାଇଁ ଧାଡ଼ିରେ ଠିଆ ହୋଇଥିବା ୩ ମହିଳା ଚାଷୀ ଚେତାଶୂନ୍ୟ ହୋଇ ତଳେ ପଡ଼ିଯାଇଥିଲେ। ସେମାନେ ହେଲେ ଖଲିଙ୍ଗି ଗ୍ରାମର ସୁମତି ପ୍ରଧାନ, ରଙ୍ଗବତୀ ବରାଡ଼, ସଞ୍ଜୁ ନାହାକ। ଉପସ୍ଥିତ ଲୋକେ ତାଙ୍କୁ ପାଣି ପିଇବାକୁ ଦେବା ପରେ ସୁସ୍ଥ ହେବାରୁ ସେମାନଙ୍କୁ ଘରେ ଛାଡି ଦିଆଯାଇଛି। ଚାଷୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସମବାୟ ସମିତି ଏବଂ ଘରୋଇ ଡିଲରମାନଙ୍କୁ ୟୁରିଆ, ଗ୍ରୋମର ଓ ପଟାସ ସାର ଯୋଗାଇ ଦିଆନଯିବା କାରଣରୁ ଚାଷୀ ହନ୍ତସନ୍ତ ହେଉଛନ୍ତି। ଚାଷୀ କ୍ଷେତରେ କାମ ନ କରି ସାର ବସ୍ତାଟିଏ ପାଇଁ ସମବାୟ ସମିତିକୁ ଦୌଡୁଛି। ଘଣ୍ଟା ଘଣ୍ଟା ଲାଇନରେ ଅପେକ୍ଷା କରିବାକୁ ପଡୁଛି। ଅଧିକା ଜମିଥିବା ଚାଷୀଙ୍କୁ ଗୋଟିଏ ସାର ବସ୍ତା ଏବଂ କମ୍‌ ଜମି ଥିଲେ ମଧ୍ୟ ଗୋଟିଏ ସାର ବସ୍ତା ଦିଆଯାଉଛି। ଏଭଳି ତ୍ରୁଟିପୂର୍ଣ୍ଣ ସାର ବଣ୍ଟନ ଯୋଗୁ ଚାଷୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ବୁଧବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri