ଦୀର୍ଘ ବର୍ଷର ସମସ୍ୟା ହେଲା ଦୂର, ଆରମ୍ଭ ହେବ ଠାକୁରାଣୀ ମନ୍ଦିର ରାସ୍ତା ସହ ଗାର୍ଡ ୱାଲ

ଗଞ୍ଜାମ,୧୫।୧୧,(ବିଦ୍ୟାଧର ସାହ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ଠାକୁରାଣୀ ମନ୍ଦିର ରାସ୍ତା ବିପର୍ଯ୍ୟସ୍ତ ହୋଇ ପଡିଥିଲା l ଦୈନଦିନ ମନ୍ଦିରରକୁ ଯାଉଥିବା ଭକ୍ତଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେଉଥିଲା l ସରପଞ୍ଚ ମମତା ବେହେରାଙ୍କ ନିଜସ୍ବ ପ୍ରଚେଷ୍ଟାରେ ନରେଗା ଯୋଜନାରେ ରାସ୍ତା ଓ ଗାର୍ଡ ୱାଲ ନିର୍ମାଣ ପାଇଁ ୮ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା l ଶନିବାର ଉକ୍ତ ରାସ୍ତା ଓ ଗାର୍ଡ ୱାଲ ନିର୍ମାଣ ପାଇଁ ସରପଞ୍ଚ ବେହେରା ଭୂମି ପୂଜନ କରିବା ସହ ଶୁଭ ଦେଇଛନ୍ତି l ଭୂମି ପୂଜନ ବେଳେ ଜିଆରଏସ ରଘୁନାଥ ରେଡି, କୁଶପଲ୍ଲୀ ଗ୍ରାମ୍ୟ କମିଟି ସଭାପତି ବଟ ବିଶ୍ୱାଳ, ସମ୍ପାଦକ ପ୍ରକାଶ ବିଶ୍ୱାଳ, ସରପଞ୍ଚ ପ୍ରତିନିଧି ସୁଦାମ ବେହେରା, ଗାଁ ସାଥି ସମୀର ବିଶ୍ୱାଳ, ନବଘନ ମାହାଙ୍ଗୁଡ଼ ପ୍ରମୁଖ ଉପସ୍ଥିତ ଥିଲେ l ଏକ ମାସ ମଧ୍ୟରେ ରାସ୍ତା ଓ ଗାର୍ଡ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ କରିବାକୁ ସରପଞ୍ଚ ନିର୍ଦ୍ଦେଶ ଦେଇଥିବା ଜଣା ପଡିଛି l

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri