୫୮୦ ବର୍ଷ ପରେ ଦୀର୍ଘତମ ଚନ୍ଦ୍ରଗ୍ରହଣ କାର୍ତ୍ତିକ ପୂର୍ଣ୍ଣିମାରେ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮।୧୧: ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ନଭେମ୍ବର ୧୯ରେ ହେବାକୁ ଯାଉଛି। ଆମେରିକାର ସ୍ପେସ ଏଜେନ୍ସି ନାସା କହିଛି ଯେ ଏହା ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ। ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଏହା ହେବ। ଏହି ଅବସରରେ ପୃଥିବୀ ସୂର୍ଯ୍ୟ ଏବଂ ଚନ୍ଦ୍ର ମଧ୍ୟରେ ଅତିକ୍ରମ କରିବ। ଚନ୍ଦ୍ର ଗ୍ରହଣ ପୂର୍ବାହ୍ନ ୧୧ଟା ୩୦ରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ୩୦ରେ ପୂର୍ଣ୍ଣ ଗ୍ରାସ ହେବ। ଅପରାହ୍ନ ୫ଟା ୩୩ରେ ମୋକ୍ଷ ଘଟିବ। ଗ୍ରହଣ ଦୀର୍ଘ ୩ ଘଣ୍ଟା ୨୮ ମିନିଟ୍‌ ୨୩ ସେକେଣ୍ଡ ଧରି ଲାଗିବ ବୋଲି ନାସା କହିଛି। ଏହି ସମୟରେ ଚନ୍ଦ୍ର ସମ୍ପୂର୍ଣ୍ଣ ଲାଲ୍‌ ରଙ୍ଗ ଧାରଣ କରିବ। ଚନ୍ଦ୍ରଙ୍କର ୯୭ ପ୍ରତିଶତ ଅଂଶ ଗ୍ରହଣ ସମୟରେ ଆଚ୍ଛାଦିତ ହେବ।

ଏହା ଭାରତରେ ମଧ୍ୟ ଦେଖିବାକୁ ମିଳିବ। ଏହାପୂର୍ବରୁ, ୨୬ ମେ’ରେ ଚନ୍ଦ୍ରଗ୍ରହଣ ହୋଇଥିଲା। ୫୮୦ ବର୍ଷ ପରେ ପୁଣି ଏଭଳି ମହାଜାଗତିକ ଘଟଣା ଘଟିବାକୁ ଯାଉଛି। ଏହା ପୂର୍ବରୁ ୧୪୪୦ ଫେବୃୟାରୀ ୧୮ରେ ଦୀର୍ଘତମ ଆଂଶିକ ଚନ୍ଦ୍ରଗ୍ରହଣ ହୋଇଥିଲା। ଏଭଳି ଘଟଣା ପୁଣି ୨୬୬୯ ଫେବୃୟାରୀ ୮ରେ ଘଟିବ ବୋଲି ନାସା କହିଛି।

ଜ୍ୟୋର୍ତିବିଜ୍ଞାନୀମାନଙ୍କ ଅନୁଯାୟୀ, ୨୦୦୧ ରୁ ୨୦୨୧ ମଧ୍ୟରେ ଏଭଳି ଘଟଣା ପ୍ରଥମ ଥର ପାଇଁ ଘଟିବାକୁ ଯାଉଛି। ନାସା ପକ୍ଷରୁ କୁହାଯାଇଛି ଏକବିଂଶ ଶତାବ୍ଦୀରେ ପୃଥିବୀରେ ୨୨୮ଟି ଚନ୍ଦ୍ରଗ୍ରହଣ ଦେଖାଯିବ। ଗୋଟିଏ ମାସରେ ୨ ଏବଂ ୩ଟି ଚନ୍ଦ୍ରଗ୍ରହଣ ଅବା ସୂର୍ଯ୍ୟପରାଗ ମଧ୍ୟ ଦେଖାଯିବ। ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଭାରତର ଆସାମ ଏବଂ ଅରୁଣାଚଳପ୍ରଦେଶରେ ଦୃଶ୍ୟମାନ ହେବ।

ଉତ୍ତର ଆମେରିକାର ଲୋକମାନେ ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ ଦେଖିବାର ସୁଯୋଗ ଲାଭ କରିବେ। ସେହିପରି ମେକ୍ସିକୋ, ଅଷ୍ଟ୍ରେଲିଆ, ପୂର୍ବ ଏସିଆ ଏବଂ ଉତ୍ତର ୟୁରୋପରେ ମଧ୍ୟ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବ। ଏହାପରେ ଚଳିତ ବର୍ଷ ଡିସେମ୍ବର ୪ରେ ବର୍ଷର ଶେଷ ସୂର୍ଯ୍ୟପରାଗ ହେବ। ସେହିପରି ୨୦୨୨ ନଭେମ୍ବର ୮ରେ ହେବାକୁ ଥିବା ଚନ୍ଦ୍ରଗ୍ରହଣ ଭାରତକୁ ଦୃଶ୍ୟମାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri