Posted inଫୁରସତ

ଲମ୍ବା କେଶ ଦେଖି ଭାବିବେନି ଝିଅ

ସୁନ୍ଦର ଲମ୍ବା କେଶ ପାଇବା ସବୁ ଝିଅଙ୍କର ଇଛା ଥାଏ। ତେଣୁ ସେମାନେ କେଶର ବହୁତ ଯତ୍ନ ନିଅନ୍ତି। ତଥାପି ଅନେକ ସମୟରେ ସୁନ୍ଦର, ଘନ ଲମ୍ବା କେଶ ମିଳିବା ସମ୍ଭବ ହୋଇ ନ ଥାଏ। ଏମିତିରେ ଉତ୍ତର ପ୍ରଦେଶର ୧୫ ବର୍ଷୀୟ ସିଦକଦୀପ ସିଂ ଚହଲଙ୍କ କେଶକୁ ଦେଖିଲେ ତ ଝିଅମାନେ ବହୁତ ଈର୍ଷା କରିବେ। କାରଣ ତାଙ୍କ କେଶ ଏତେ ଲମ୍ବା ଯେ, ପଛପଟୁ ଦେଖିଲେ ସେ ସୁନ୍ଦର କେଶ ଥିବା ଯୁବତୀ ଭଳି ଲାଗନ୍ତି। ସଦକଦୀପ ଶିଖ୍‌ ସମ୍ପ୍ରଦାୟର। ଏହିଧର୍ମରେ ପୁରୁଷଙ୍କ କେଶ କାଟିବା ମନା। ତେଣୁ ସଦକଦୀପ କେଶ କାଟନ୍ତି ନାହିଁ। ଆଉ ତାଙ୍କ କେଶ ବି ଏତେ ଭଲ ଭାବେ ବଢେ ଯେ, ତାହା ତାଙ୍କ ଆଣ୍ଠୁରୁ ତଳ ପର୍ଯ୍ୟନ୍ତ ଲମ୍ବି ଗଲାଣି। ଯାହାକି ୧୪୭ ସେ.ମି ଲମ୍ବ ଅଟେ। ତେଣୁ ଗିନିଜ୍‌ ଓ୍ବାର୍ଲଡ ରେକର୍ଡସ୍‌ରେ ସବୁଠାରୁ ଲମ୍ବା କେଶଥିବା କିଶୋରଭାବେ ସେ ସ୍ଥାନ ପାଇଛନ୍ତି। ସଦକଦୀପଙ୍କ ଲମ୍ବା କେଶର ଯତ୍ନ ତାଙ୍କ ମା’ ନିଅନ୍ତି। ସେ ପୁଅର କେଶକୁ ସପ୍ତାହରେ ଦୁଇଥର ସଫା କରିଥାଆନ୍ତି। କେଶକୁ ସଫା କରିବା, ସୁଖାଇବା, କୁଣ୍ଡାଇବାରେ ତାଙ୍କୁ ଏକ ଘଣ୍ଟା ସମୟ ଲାଗିଥାଏ। ପରେ ସେ ପୁଅର କେଶକୁ ଗଣ୍ଠି କରି ପଗଡ଼ି ପିନ୍ଧାଇ ଦିଅନ୍ତି। ସଦକଦୀପଙ୍କ ପରିବାରର ଅନ୍ୟ କୌଣସି ପୁରୁଷଙ୍କର କେଶ ଏତେ ଲମ୍ବା ନୁହେଁ। ତେଣୁ ତାଙ୍କ କେଶକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୁଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri