ଓଡ଼ିଶା ହୋମ୍ସର ନିର୍ଦ୍ଦେଶକଙ୍କ ନାଁରେ ଲୁକ୍‌ଆଉଟ୍‌ ସର୍କୁଲାର୍‌

ଭୁବନେଶ୍ୱର ୨୪ା୯(ବ୍ୟୁରୋ): ଫ୍ଲାଟ୍‌ ଦେବା ଆଳରେ ଓଡ଼ିଶା ହୋମ୍ସ ଆଣ୍ଡ୍‌ କମର୍ସିଆଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏକାଧିକ ଲୋକଙ୍କଠାରୁ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତକୁ ଜୋରଦାର କରିଛି। ଫେରାର ଥିବା ସଂସ୍ଥାର ଅନ୍ୟତମ ନିର୍ଦ୍ଦେଶକ ମନୋଜ କୁମାର ପଣ୍ଡାଙ୍କ ନାଁରେ ଲୁକ୍‌ଆଉଟ୍‌ ସର୍କୁଲାର ଜାରି ହୋଇଛି। ଇଓଡବ୍ଲ୍ୟୁର ଅନୁରୋଧକ୍ରମେ କେନ୍ଦ୍ର ସରକାରଙ୍କ ବ୍ୟୁରୋ ଅଫ୍‌ ଇମିଗ୍ରେଶନ୍‌ (ବିଓଆଇ) ତାଙ୍କ ବିରୋଧରେ ଲୁକ୍‌ଆଉଟ୍‌ ସର୍କୁଲାର ଜାରି କରି ଦେଶର ସମସ୍ତ ଏୟାରପୋର୍ଟ ଓ ସି ବିଚ୍‌ ସମେତ ଅନ୍ୟାନ୍ୟ ଚେକ୍‌ ପୋଷ୍ଟରେ ଆଲର୍ଟ କରିଛି। ଏଥିସହ ଅଭିଯୁକ୍ତ ମନୋଜଙ୍କ ଉପରେ ନଜର ରଖିବାକୁ ଲ’ ଏନ୍‌ଫୋର୍ସମେଣ୍ଟ ଏଜେନ୍ସି ଓ ପୋଲିସକୁ କୁହାଯିବା ସହ ବିଦେଶୀ ଲ’ ଏନ୍‌ଫୋର୍ସମେଣ୍ଟ ଏଜେନ୍ସିଗୁଡ଼ିକ ସହ ଯୋଗାଯୋଗ ମଧ୍ୟ କରାଯାଉଛି। ଏହି ମାମଲାରେ ପୂର୍ବରୁ ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଅରବିନ୍ଦ ସାମନ୍ତରା ଗତ ଅଗଷ୍ଟ ୨୪ରୁ ଗିରଫ ହୋଇ ଜେଲରେ ଅଛନ୍ତି। ଗିରଫଦାରି ଭୟରେ ମନୋଜଙ୍କ ସହ ଅନ୍ୟତମ ନିର୍ଦ୍ଦେଶକ ସରୋଜ ପଣ୍ଡା ମଧ୍ୟ ଫେରାର ଅଛନ୍ତି। ତେଣୁ ଉଭୟଙ୍କ ବିଷୟରେ ସୂଚନା ଦେବାକୁ ଇଓଡବ୍ଲ୍ୟୁ ଶୁକ୍ରବାର ଏକ ମୋବାଇଲ ନଂ. ୮୮୯୫୩୦୧୫୩୯ ଜାରି କରିବା ସହ ପୁରସ୍କାର ଘୋଷଣା କରିଛି। ସୂଚନାଦାତାଙ୍କ ପରିଚୟ ଗୋପନ ରଖାଯିବ ବୋଲି ଇଓଡବ୍ଲ୍ୟୁ ପକ୍ଷରୁ କୁହାଯାଇଛି।
ସୂଚନା ଅନୁଯାୟୀ, ରଞ୍ଜନ କୁମାର ମହାପାତ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓ ନିକଟ ସାମପୁର ମୌଜାରେ ୬୫ ଲକ୍ଷ ଟଙ୍କା ମୂଲ୍ୟର ଏକ ୩ ବିଏଚ୍‌କେ ଫ୍ଲାଟ୍‌ କିଣିବାକୁ ଓଡ଼ିଶା ହୋମ୍ସ ଆଣ୍ଡ୍‌ କମର୍ସିଆଲ୍‌ ପ୍ରାଇଭେଟ୍‌ ଲିମିଟେଡର ‘ଗଣପତି ହୋମ୍ସ’ ପ୍ରକଳ୍ପରେ ବୁକ୍‌ କରିଥିଲେ। ୨୦୧୬ ଜାନୁୟାରୀ ୨୨ରେ ଏନେଇ ଏକ ଚୁକ୍ତିନାମା ହୋଇଥିଲା। ୨୦୧୮ ଜୁନ୍‌ ଶେଷ ସୁଦ୍ଧା ଫ୍ଲାଟ୍‌ ହସ୍ତାନ୍ତର ହେବାର ଥିଲା। କିନ୍ତୁ ନିର୍ଦ୍ଧାରିତ ସମୟରେ ସଂସ୍ଥା କୌଣସି ଫ୍ଲାଟ ଦେଇ ନ ଥିଲା। ଏପରି କି ଟଙ୍କା ଫେରସ୍ତ କରି ନ ଥିଲେ କି ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଓ ନିର୍ଦ୍ଦେଶକମାନେ ଧରାଛୁଅଁା ଦେଇ ନ ଥିଲେ। ଠକେଇର ଶିକାର ହେବା ଜାଣି ରଞ୍ଜନ ଇଓଡବ୍ଲ୍ୟୁରେ ଅଭିଯୋଗ କରିଥିଲେ। ଇଓଡବ୍ଲ୍ୟୁ ଗତ ଅଗଷ୍ଟ ୨୩ରେ ଏକ ମାମଲା (ନଂ.୧୪/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ଜଣାପଡ଼ିଥିଲା, ୨୦୧୩ରୁ ୨୦୧୬ ମଧ୍ୟରେ ଅଭିଯୁକ୍ତମାନେ ବିଭିନ୍ନ ପ୍ରକଳ୍ପରେ ଫ୍ଲାଟ ଯୋଗାଇଦେବାକୁ ଆପରାଧିକ ଯୋଜନା କରିଥିଲେ। ସେମାନେ ୪୨ ଜଣଙ୍କଠାରୁ ପ୍ରାୟ ୨୦ କୋଟି ଟଙ୍କା ଠକିଥିବା ଜଣାପଡ଼ିଥିଲା। ଏମାନଙ୍କ ବ୍ୟତୀତ ଆହୁରି ଅନେକଙ୍କଠାରୁ ଅଭିଯୁକ୍ତମାନେ ଫ୍ଲାଟ୍‌ ଦେବା ଆଳରେ ବହୁ ଟଙ୍କା ଠକେଇ କରିଥିବା ଇଓଡବ୍ଲ୍ୟୁ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?