ଢିଲା ସୁରକ୍ଷା, ବର୍ଷକରେ ଥାନାରୁ ୯ ଫେରାର

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଦିନକୁ ଦିନ କ୍ରମଶଃ ଅପରାଧ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତୀକରଣ କରାଯାଉଛି। ଏପରି କି ନୂଆ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରାଯାଉଥିବା ମଧ୍ୟ ପୋଲିସ ପକ୍ଷରୁ କୁହାଯାଉଛି। ହେଲେ ଅପରାଧୀ ପୋଲିସ୍‌କୁ ଚକ୍‌ମା ଦେବାରେ ଅନେକ କ୍ଷେତ୍ରରେ ସଫଳ ହେଉଛନ୍ତି। ଏଥିପାଇଁ ଢିଲା ସୁରକ୍ଷା ବ୍ୟବସ୍ଥା ମୁଖ୍ୟ କାରଣ। ବିଶେଷକରି କମିଶନରେଟ ପୋଲିସରେ ବିଭିନ୍ନ ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତମାନେ ପୋଲିସ ହେପାଜତରୁ ଫେରାର ହେବା ସୁରକ୍ଷା ବ୍ୟବସ୍ଥା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ବର୍ଷକ ମଧ୍ୟରେ କମିଶନରେଟ ପୋଲିସର ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା(ୟୁପିଡି)ର ୬ଟି ଥାନାରୁ ୯ଜଣ ଅଭିଯୁକ୍ତ ଫେରାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଥିବାବେଳେ ଏଯାବତ୍‌ ୪ଅଭିଯୁକ୍ତଙ୍କ ପତ୍ତା ମିଳିପପାରି ନ ଥିବା କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ମିଳିଥିତ୍ବା ସୂଚନା ଅନୁସାରେ ୨୦୨୧ ଜାନୁୟାରୀ ୧ରୁ ଡିସେମ୍ବର ୨୨ ମଧ୍ୟରେ କମିଶନରେଟ୍‌ ପୋଲିସର ୬ ଥାନା ଯଥା, କ୍ୟାପିଟାଲ, ଚନ୍ଦକା, ତମାଣ୍ଡୋ, ଭରତପୁର, ଖଣ୍ଡଗିରି ଏବଂ ଚନ୍ଦ୍ରଶେଖରପୁର ଥାନାରୁ ୯ଜଣ ଫେରାର୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୟାପିଟାଲ୍‌, ତମାଣ୍ଡୋ, ଚନ୍ଦକା ଓ ଚନ୍ଦ୍ରଶେଖରପୁର ଥାନାରୁ ଫେରାର ହୋଇଥିବା ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେଥିମଧ୍ୟରୁ ୩ଟି ମାମଲାର ତଦନ୍ତ ଶେଷ କରାଯାଇ କ୍ୟାପିଟାଲ, ଚନ୍ଦକା ଓ ତମାଣ୍ଡୋ ପୋଲିସ ପକ୍ଷରୁ ଚାର୍ଜଶିଟ୍‌ ଦାଖଲ ହୋଇଛି। ସେହିପରି କ୍ୟାପିଟାଲ, ଭରତପୁର, ଖଣ୍ଡଗିରି ଓ ଚନ୍ଦକା ଥାନାରୁ ଫେରାର୍‌ ହୋଇଥିବା ୪ ଅଭିଯୁକ୍ତଙ୍କୁ ଧରିବାକୁ ପ୍ରୟାସ ଜାରି ରହିଥିବା ପୋଲିସ ପକ୍ଷରୁ କୁହାଯାଇଛି।
କମିଶନରେଟ ପୋଲିସ ତା’ର ସୁରକ୍ଷା ବ୍ୟବସ୍ଥା ସୁଦୃଢ ବୋଲି ଗଣମାଧ୍ୟମକୁ ବିଭିନ୍ନ ସମୟରେ କହି ଆସୁଛି। ହେଲେ ବର୍ଷକରେ ପୋଲିସ ହେପାଜତରୁ ୯ ଅଭିଯୁକ୍ତ ଫେରାର ଘଟଣା ପୋଲିସର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ରଖାଯାଇଛି, ପ୍ରତି ଥାନାରେ ସିସିଟିଭି ଲଗାଯାଇଛି ଏବଂ ଦକ୍ଷ ପୋଲିସ ଅଧିକାରୀଙ୍କୁ ଥାନା ଦାୟିତ୍ୱ ଦିଆଯାଇଛି। ଏତେସବୁ ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଅଭିଯୁକ୍ତମାନେ ଥାନା ହାଜତରୁ ଚମ୍ପଟ ମାରିବା ଘଟଣାକୁ ସାଧାରଣ ଲୋକେ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ଅଭିଯୁକ୍ତ ଫେରାର ହେବା ଘଟଣା ପଛରେ ପୋଲିସ ଅଧିକାରୀଙ୍କ ହାତ ଥିବା ସନ୍ଦେହ କରାଯାଉଛି। ଏନେଇ ପୋଲିସ କମିଶନରଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ସୁଦ୍ଧା କୌଣସି ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri