କର୍ମଚାରୀଙ୍କଠୁ ଛଡାଇ ନେଲେ ଟଙ୍କା ଭର୍ତ୍ତି ବ୍ୟାଗ

ବ୍ରହ୍ମପୁର, ୧୫।୨ (ସୁବାସ ଚନ୍ଦ୍ର ପାଢ଼ୀ): ଏକ ପାଇନାନ୍ସ ସଂସ୍ଥାର କର୍ମଚାରୀଙ୍କୁ ହଳଦିଆପଦର ଓଭରବ୍ରିଜ ନିକଟରେ ୩ ଜଣ ଦୁର୍ବୃତ୍ତ ଅଟକାଇ ଛୁରି ଦେଖାଇ ଲକ୍ଷାଧିକ ଟଙ୍କା ଭର୍ତ୍ତି ବ୍ୟାଗ ଲୁଟି ନେଇଛନ୍ତି। ଏନେଇ ଗୋସାଣିନୂଆଗାଁ ଥାନାରେ ଅଭିଯୋଗ ହୋଇଛି।

ଲୁଟର ଶିକାର ହୋଇଥିବା ଗାଙ୍ଗପୁର ଥାନା ବିରିପୁରର ମୂଳ ବାସିନ୍ଦା ତଥା କୌତୁକୀ ନଗରରେ ରହୁଥିବା ଲିପୁନ ପ୍ରଧାନ ଏ ନେଇ ଗୋସାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ସେ ପ୍ରାୟ ୬ମାସ ହେବ ଏକ ଫାଇନାନ୍ସ ସଂସ୍ଥାରେ କାମ କରୁଛନ୍ତି।

ଲିପୁନ ଋଣ କିସ୍ତି ଆଦାୟ ଏବଂ ଋଣ ବଣ୍ଟନ ପାଇଁ ଗୋଳନ୍ଥରା ଥାନା ଅନ୍ତର୍ଗତ ଆମ୍ବପୁର ଏବଂ ହଳଦିଆପଦର ଯାଇଥିଲେ। ଅପରାହ୍ନରେ ହଳଦିଆପଦର ହୋଇ ଘରକୁ ଫେରୁଥିବା ବେଳେ ବାଟରେ ୩ ଦୁର୍ବୃତ୍ତ ଏକ ବାଇକରେ ପଛପଟୁ ଆସି ଧକ୍କା ମାରିଥିଲେ। ବାଇକ ସହ ଲିପୁନ ତଳେ ପଡିଯିବାରୁ ଛୁରି ଦେଖାଇ ତାଙ୍କ ବ୍ୟାଗ ଛଡାଇ ନେଇଥିଲେ। ଉକ୍ତ ବ୍ୟାଗରେ ୧ଲକ୍ଷ ୨୩ ହଜାର ୪୬୯ ଟଙ୍କା ସହ ଅଫିସ ଟ୍ୟାବ, ବାୟୋମେଟ୍ରିକ, ପର୍ସ ଓ ଅନ୍ୟାନ୍ୟ ସାର୍ଟିଫିକେଟ ରହିଥିଲା। ପୋଲିସ ଏକ ମାମଲା(ନଂ.୪୭/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri