ଜମି ପରିମାଣ ଅଧିକ ଦର୍ଶାଇ ହରିଲୁଟ୍‌

କେନ୍ଦୁଝର,୧୯ା୧୨(ସ୍ବ.ପ୍ର.):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ତେନ୍ତଳାପଶି ପଞ୍ଚାୟତ ମୁଖ୍ୟାଳୟରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା (ଏମଜିଏନ୍‌ଆର୍‌ଇଜିଏସ୍‌)ରେ କଲମି କାଜୁ ଚାଷ ରୋପଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଜମିର ପରିମାଣ ଅଧିକ ଦର୍ଶାଇ ଅର୍ଥ ହରିଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଫଳକରେ ସମ୍ପୂର୍ଣ୍ଣ ତଥ୍ୟ ଉଲ୍ଲେଖ କରାଯାଇ ନ ଥିବାରୁ ସନ୍ଦେହ ଘନିଭୂତ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ଦୁର୍ନୀତି ପଦାକୁ ଆସିବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।
୮ ହେକ୍ଟର ପରିମିତ ଜମିରେ ୧୦ ଜଣ ହିତାଧିକାରୀଙ୍କ ଜମିରେ ଏହି ଚାଷ ୨୦୨୧-୨୨ ଆର୍ଥିକ ବର୍ଷରେ ହୋଇଥିବା ସୂଚନା ଫଳକରୁ ଜଣାପଡ଼ିଛି। ଏହାର କାର୍ଯ୍ୟକାରୀ ଉଦ୍ୟାନ କୃଷି ବିଭାଗ ପକ୍ଷରୁ କରାଯାଉଛି। କାର୍ଯ୍ୟର କୋର୍ଡ ୨୪୦୩୦୦୨/ଡିପି/୧୦୫୬୮୧୬୬ ହୋଇଥିବା ବେଳେ ପ୍ରକଳ୍ପ ମୂଲ୍ୟ ୪ ଲକ୍ଷ। ପ୍ରଥମ ବର୍ଷ ରକ୍ଷଣାବେକ୍ଷଣ ଖର୍ଚ୍ଚ ୧ଲକ୍ଷ ୩୮ ହଜାର ୫୨୮ଟଙ୍କା ଖର୍ଚ୍ଚ ହୋଇଥିବା ଏମଜିଏନ୍‌ଆର୍‌ଇଜିଏସ ପୋର୍ଟାଲରେ ଉଲ୍ଲେଖ ରହିଛି। ମାତ୍ର ସୂଚନା ଫଳକରେ ଅଟକଳ ପାରିମାଣ ଲେଖାଯାଇ ନ ଥିବାରୁ ଏହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ୮ ହେକ୍ଟର ଜମିରେ ଏହି ଚାଷ ନ ହୋଇ କମ ଜମିରେ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଉକ୍ତ ସ୍ଥାନରେ ଏତେ ପରିମାଣର ଜମିରେ କାଜୁ ଚାରାରୋପଣ ହୋଇ ନ ଥିବାବେଳେ ସୂଚନା ଫଳକରେ କିଭଳି ଦର୍ଶାଯାଇଛି ତାହାର ଉଚ୍ଚସ୍ତରୀୟ ତଦନ୍ତ ହେଲେ ଜଣାପଡ଼ିବ। ହରିଚନ୍ଦନପୁର ବ୍ଲକ୍‌ ସହକାରୀ ଉଦ୍ୟାନ ଅଧିକାରୀ ମୋନିକା ନାୟକଙ୍କ ସହ ଯୋଗାଯୋଗ ସମ୍ଭବପର ହୋଇ ପାରି ନ ଥିବା ବେଳେ ଉଦ୍ୟାନ ବିଭାଗ ଉପ ନିର୍ଦ୍ଦେଶକ ଡକ୍ଟର ଜୟନ୍ତ ନାୟକଙ୍କୁ ପଚାରିବାରୁ ଏହାର ତଦନ୍ତ ହେଲେ ଜଣାପଡ଼ିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri