ଜମି ପରିମାଣ ଅଧିକ ଦର୍ଶାଇ ହରିଲୁଟ୍‌

କେନ୍ଦୁଝର,୧୯ା୧୨(ସ୍ବ.ପ୍ର.):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ତେନ୍ତଳାପଶି ପଞ୍ଚାୟତ ମୁଖ୍ୟାଳୟରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା (ଏମଜିଏନ୍‌ଆର୍‌ଇଜିଏସ୍‌)ରେ କଲମି କାଜୁ ଚାଷ ରୋପଣରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଜମିର ପରିମାଣ ଅଧିକ ଦର୍ଶାଇ ଅର୍ଥ ହରିଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଫଳକରେ ସମ୍ପୂର୍ଣ୍ଣ ତଥ୍ୟ ଉଲ୍ଲେଖ କରାଯାଇ ନ ଥିବାରୁ ସନ୍ଦେହ ଘନିଭୂତ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ଦୁର୍ନୀତି ପଦାକୁ ଆସିବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।
୮ ହେକ୍ଟର ପରିମିତ ଜମିରେ ୧୦ ଜଣ ହିତାଧିକାରୀଙ୍କ ଜମିରେ ଏହି ଚାଷ ୨୦୨୧-୨୨ ଆର୍ଥିକ ବର୍ଷରେ ହୋଇଥିବା ସୂଚନା ଫଳକରୁ ଜଣାପଡ଼ିଛି। ଏହାର କାର୍ଯ୍ୟକାରୀ ଉଦ୍ୟାନ କୃଷି ବିଭାଗ ପକ୍ଷରୁ କରାଯାଉଛି। କାର୍ଯ୍ୟର କୋର୍ଡ ୨୪୦୩୦୦୨/ଡିପି/୧୦୫୬୮୧୬୬ ହୋଇଥିବା ବେଳେ ପ୍ରକଳ୍ପ ମୂଲ୍ୟ ୪ ଲକ୍ଷ। ପ୍ରଥମ ବର୍ଷ ରକ୍ଷଣାବେକ୍ଷଣ ଖର୍ଚ୍ଚ ୧ଲକ୍ଷ ୩୮ ହଜାର ୫୨୮ଟଙ୍କା ଖର୍ଚ୍ଚ ହୋଇଥିବା ଏମଜିଏନ୍‌ଆର୍‌ଇଜିଏସ ପୋର୍ଟାଲରେ ଉଲ୍ଲେଖ ରହିଛି। ମାତ୍ର ସୂଚନା ଫଳକରେ ଅଟକଳ ପାରିମାଣ ଲେଖାଯାଇ ନ ଥିବାରୁ ଏହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ୮ ହେକ୍ଟର ଜମିରେ ଏହି ଚାଷ ନ ହୋଇ କମ ଜମିରେ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଉକ୍ତ ସ୍ଥାନରେ ଏତେ ପରିମାଣର ଜମିରେ କାଜୁ ଚାରାରୋପଣ ହୋଇ ନ ଥିବାବେଳେ ସୂଚନା ଫଳକରେ କିଭଳି ଦର୍ଶାଯାଇଛି ତାହାର ଉଚ୍ଚସ୍ତରୀୟ ତଦନ୍ତ ହେଲେ ଜଣାପଡ଼ିବ। ହରିଚନ୍ଦନପୁର ବ୍ଲକ୍‌ ସହକାରୀ ଉଦ୍ୟାନ ଅଧିକାରୀ ମୋନିକା ନାୟକଙ୍କ ସହ ଯୋଗାଯୋଗ ସମ୍ଭବପର ହୋଇ ପାରି ନ ଥିବା ବେଳେ ଉଦ୍ୟାନ ବିଭାଗ ଉପ ନିର୍ଦ୍ଦେଶକ ଡକ୍ଟର ଜୟନ୍ତ ନାୟକଙ୍କୁ ପଚାରିବାରୁ ଏହାର ତଦନ୍ତ ହେଲେ ଜଣାପଡ଼ିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri