ଐଶ୍ୱାନେଶ୍ୱର ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି, ଠାକୁରଙ୍କ ଉତ୍ସବ ପାଳନ ପାଇଁ ଆର୍ଥିକ ସଙ୍କଟ ଆଶଙ୍କା

ନିରାକାରପୁର, ୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଭୂଷଣ୍ଡପୁର ଅଞ୍ଚଳର ଇଷ୍ଟଦେବ ଶ୍ରୀ ଐଶ୍ୱାନେଶ୍ୱର ଦେବଙ୍କ ମନ୍ଦିର ହୁଣ୍ଡି ଭାଙ୍ଗି କେହି ଦୁର୍ବୁତ୍ତ ଚୋରି କରିଥିବା ଜଣାପଡିଛି। ଏନେଇ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ଥାନୀୟ ଭୂଷଣ୍ଡପୁର ଫାଣ୍ଡିରେ ଅଭିଯୋଗ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ବିଳମ୍ବିତ ରାତିରେ ଉକ୍ତ ମନ୍ଦିରରେ ଲାଗିଥିବା ୨ଟି ହୁଣ୍ଡି ବାକ୍ସକୁ କେହି ଦୁର୍ବୁତ୍ତ ଭାଙ୍ଗି ସେଥିରେ ଭକ୍ତଙ୍କ ଦାନ ଥିବା ଅର୍ଥକୁ ଲୁଟି ନେଇ ବାହାରେ ଫୋପାଡ଼ି ଦେଇଛି। ସେହିପରି ଅନ୍ୟ ଏକ ଲକର ବାକ୍ସ ଭାଙ୍ଗି ଭିତରେ ଥିବା ସମସ୍ତ ଅର୍ଥ ନେଇଯାଇଥିବା ଅଭିଯୋଗ ହୋଇଛି।

ଏ ସମ୍ପର୍କରେ ମନ୍ଦିର ପରିଚାଳନା କମିଟି ଓ ସ୍ଥାନୀୟବାସୀଙ୍କ ଠାରୁ ଖବର ପାଇ ଭୂଷଣ୍ଡପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଯାଇଛି। ଏନେଇ ତଦନ୍ତ ଚାଲିଥିବା ଭୂଷଣ୍ଡପୁର ଫାଣ୍ଡି ଅଧିକାରୀ ବିନୋଦ କୁମାର ପରିଡା ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟକି, ବର୍ଷକୁ ଏହି ହୁଣ୍ଡିରୁ ମିଳୁଥିବା ଅର୍ଥରେ ଶ୍ରୀଜୀଉଙ୍କର ଅଷ୍ଠ ଶମ୍ଭୁ ମିଳନ ଉତ୍ସବ ସମେତ ଅନ୍ୟାନ୍ୟ ପୂଜା ପାର୍ବଣରେ ଏହା ସହାୟକ ହେଉଥିଲା। ଯାହା ଚଳିତ ବର୍ଷ ଠାକୁରଙ୍କ ଉତ୍ସବ ପାଳନରେ ଏକ ପ୍ରକାର ଆର୍ଥିକ ସଙ୍କଟ ଦେଖାଦେବାର ସ୍ଥାନୀୟବାସୀ ଆଶଙ୍କା ପ୍ରକାଶ କରିଛନ୍ତି। ତେଣୁ ହୁଣ୍ଡି ଭାଙ୍ଗି ଲୁଟ କରିଥିବା ଦୁର୍ବୁତ୍ତକୁ ପୋଲିସ ପକ୍ଷରୁ ତୁରନ୍ତ ଗିରଫ କରିବା ନିମନ୍ତେ ସ୍ଥାନୀୟବାସୀ ପ୍ରଶାସନକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri