ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାରେ ଭୋଗ ତିଆରି ଲାଗି କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମର ଦନାର୍ଦ୍ଧନ ପୁରୋହିତ ଓ ତାଙ୍କ ସ୍ତ୍ରୀ ଶକୁନ୍ତଳା ପୁରୋହିତ କିଛିଦିନ ହେଲା ସକାଳୁ ଆସୁଛନ୍ତି। ମଙ୍ଗଳବାର ସକାଳେ ସବଡେଗାରୁ ରାଉରକେଲା ଯାଉଥିବା ଷ୍ଟାର ଗୋଲ୍ଡ ବସରେ ଉଭୟେ ସ୍ବାମୀ ସ୍ତ୍ରୀ ତୁଡ଼ାଲଗା ଆସିଥିଲେ। ତୁଡ଼ାଲଗା ବସଷ୍ଟାଣ୍ଡରେ ସକାଳ ସାଢ଼େ ଆଠଟାରେ ଓହ୍ଲାଇ ସେମାନେ ଚାଲିଚାଲି ମନ୍ଦିରକୁ ଯାଉଥିଲେ। ଅମୀୟ ଢ଼ାବା ନିକଟରେ ଦୁଇଜଣ ଯୁବକ ବାଇକରେ ଆସି ଶକୁନ୍ତଳାଙ୍କ ବେକରୁ ଦୁଇଭରିର ସୁନା ଚେନ୍‌ ଟାଣି ନେଇ ରାଜଗାଙ୍ଗପୁର ପଟକୁ ଦ୍ରୁତ ଗତିରେ ବାଇକରେ ଫେରାର ହୋଇଯାଇଥିଲେ। ପୋଲିସ ସୂଚନା ପାଇବା ପରେ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri