ଘରେ ପଶି ବୁଲାଇଲେ କଳାକନା, ନେଇଗଲେ ଝିଅ ବାହାଘର ପାଇଁ ଥିବା ଅଳଙ୍କାର

ଖଇରା,୯।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଗୋଳିହା ଗ୍ରାମର ୨ଟି ପରିବାରୁ ଚୋରି ହୋଇଛି। ଗ୍ରାମର ମହେଶ୍ବର ନାୟକ ଓ ତାଙ୍କ ଭାଇ ଉଦୟ ନାୟକଙ୍କ ସପରିବାର ଘରେ ନ ଥିବା ବେଳେ ଏହାର ସୁଯୋଗ ନେଇ ଚୋର କଳାକନା ବୁଲାଇଛନ୍ତି। ମହେଶ୍ବର ନାୟକ ଶିକ୍ଷକତା କରୁଥିବା ବେଳେ ପରିବାର ସହ କାର୍ଯ୍ୟସ୍ଥଳି ନୁଆପଡାରେ ରୁହନ୍ତି। ଚୋରମାନେ କବାଟ ଭାଙ୍ଗି ଝିଅ ବାହାଘର ପାଇଁ ରଖାଯାଇଥିବା ୧୦ଲକ୍ଷ ଟଙ୍କାର ଗହଣା ଲୁଟି ନେଇଛନ୍ତି।
ସେହିଭଳି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଉଦୟ ଓ ତାଙ୍କ ସ୍ତ୍ରୀ ଘରେ ତାଲା ଦେଇ ବାଲେଶ୍ବର ଯାଇଥିଲେ। ଘରେ କେହି ନ ଥିବା ସୁଯୋଗ ନେଇ ଚୋରମାନେ ତାଙ୍କ ଘରୁ ମଧ୍ୟ ଅଳଙ୍କାର ଅନ୍ୟାନ୍ୟ ସାମଗ୍ରୀ ନେଇ ପଳାଇଛନ୍ତିା ଖଇରା ପୋଲିସ ଶୁକ୍ରବାର ସକାଳେ ଘଟଣାସ୍ଥଳ ଅନୁଧ୍ୟାନ କରି ଫେରିଥିବା ବେଳେ ସାଇଣ୍ଟିଫିକଟିମ୍‌ ଆସିବା ପରେ କିଛି ସୁରାକ ହୁଏତ ମିଳିପାରେ ବୋଲି ପୋଲିସ ଆଶାବ୍ୟକ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri