ନୂଆ ଷ୍ଟାଇଲରେ ମାଲିକଙ୍କ ଆଖି ଆଗରେ ଲୁଟ୍‌

ଝାରସୁଗୁଡା ଅଫିସ୍‌,୪।୪: ନିଜକୁ ଆୟକର ବିଭାଗ ଅଧିକାରୀ ପରିଚୟ ଦେଇ ଝାରସୁଗୁଡା ସହରରେ ଥିବା ଓମ୍‌ ସାଇରାମ ଜୁଏଲେରୀରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌ କରିଛନ୍ତି। ଏ ନେଇ ଦୋକାନ ମାଲିକ ମୁରଲୀଧର ସାକୁନିଆ ଶନିବାର ଝାରସୁଗୁଡା ଟାଉନ୍‌ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା (ନଂ.୧୮୨/୨୧) ରୁଜୁ କରି ସିସିଟିଭି ଫୁଟେଜ୍‌ ଯାଞ୍ଚ କରି ତଦନ୍ତ ଚଳାଇଛି ।
ପୋଲିସ ସୂଚନା ଅନୁସାରେ, ଗତ ମଙ୍ଗଳବାର ଜଣେ ବ୍ୟକ୍ତି ଏକ କାର୍‌ରେ ଓମ୍‌ ସାଇରାମ ଜୁଏଲେରୀକୁ ଆସିଥିଲେ। ସେ ହାଇଦ୍ରାବାଦରେ ଆୟକର ଅଧିକାରୀ ଭାବେ କାର୍ଯ୍ୟ କରନ୍ତି। ସେ ସମ୍ପର୍କୀୟଙ୍କ ନିର୍ବନ୍ଧ କାର୍ଯ୍ୟକ୍ରମକୁ ଆସିଛନ୍ତି। ଏନେଇ ସୁନା ଅଳଙ୍କାର କିଣିବାର ଅଛି ବୋଲି ଦୋକାନ ମାଲିକଙ୍କୁ କହିଥିଲେ। ଦୋକାନୀ ତାଙ୍କୁ ବିଭିନ୍ନ ପ୍ରକାର ସୁନା ଅଳଙ୍କାର ଦେଖାଇଥିଲେ । ଏଥିମଧ୍ୟରେ ବ୍ୟକ୍ତି ଜଣଙ୍କ ୨ଟି ସୁନା ଚେନ୍‌ ଓ ୨ଟି ସୁନା ମୁଦି ପସନ୍ଦ କରିଥିଲେ। ଏହାର ମୂଲ୍ୟ ୧ଲକ୍ଷ ୬୯ହଜାର ଟଙ୍କା ହୋଇଥିଲା। ଏହି ଟଙ୍କା ବ୍ୟକ୍ତି ଜଣକ ମୋବାଇଲ୍‌ରେ ଏନ୍‌ଇଏଫ୍ଟି କରିବା ପାଇଁ ଦୋକାନ ମାଲିକଙ୍କୁ ବ୍ୟାଙ୍କ ଆକାଉଣ୍ଟ ଡିଟେଲ୍‌ସ ମାଗିଥିଲେ। ଦୋକାନ ମାଲିକ ତାଙ୍କୁ ବ୍ୟାଙ୍କ ଆକାଉଣ୍ଟ ଡିଟେଲ୍‌ସ ଦେଇଥିଲେ। ବ୍ୟକ୍ତି ଜଣଙ୍କ ମୋବାଇଲ୍‌ରେ ଏନ୍‌ଇଏଫ୍ଟି କରି ଟଙ୍କା ପଠାଇଥିଲେ ଏବଂ ଦେକାନୀଙ୍କୁ ଏହାର ଏକ ସ୍କ୍ରିନ୍‌ ସର୍ଟ ଦେଖାଇ ସର୍ଭର ଡାଉନ୍‌ ରହିଛି, ପରେ ଏହା ସେଣ୍ଡ୍‌ ହୋଇଯିବ ବୋଲି କହି ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଦୋକାନୀ ୫ଦିନ ଅପେକ୍ଷା କରିଥିଲେ । ହେଲେ ତାଙ୍କ ଆକାଉଣ୍ଟକୁ ଟଙ୍କା ନ ଆସିବାରୁ ସେ ପୋଲିସରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri