ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ ଟଙ୍କା ଓ ସୁନା ରୂପା ଗହଣା ଲୁଟ୍‌  ହୋଇଛି। ଏ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।
ଖବରପାଇ ପୋଲିସ ତନାଘନା ଆରମ୍ଭ କରିଛି। ତେବେ ଲୁଟେରାଙ୍କ ସନ୍ଧାନ ମିଳି ନାହିଁ। ଲୁଟ୍‌ ପରେ ଦୁର୍ବୃତ୍ତମାନେ ଥାନା ସମ୍ମୁଖ ଦେଇ ହରିଚନ୍ଦନପୁର ଆଡ଼କୁ ପଳାଇ ଯାଇଥିବା ସୂଚନା ମିଳିଛି।  ସକାଳେ ପୋଲିସ ବିଶେଷଜ୍ଞ ଟିମ୍‌ ପହଞ୍ଚି ତଦନ୍ତ  କରିଛନ୍ତି। ଏଭଳି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।ଲୁଟ ପରିମାଣ ପାଖାପାଖି ୭୦ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅଭିଯୋଗ ହେଉଛି। ସେଥିରୁ ଜଣେ ବ୍ୟବସାୟୀଙ୍କୁ ଦେବାପାଇଁ  ରଖିଥିବା ପ୍ରାୟ ୬ ଲକ୍ଷ ଟଙ୍କା ମଧ୍ୟ ଲୁଟ୍‌ ହୋଇଛି।

     ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ସୋମବାର ବ୍ୟବସାୟୀ ଜଣଙ୍କ ଦୋକାନ ବନ୍ଦ କରି ସୁନା ଓ ରୂପା ଗହଣା ଏକ ବ୍ୟାଗରେ ଧରି ସବୁ ଦିନ ଭଳି ଘରକୁ ଯାଇଥିଲେ। ଘରେ ବ୍ୟାଗ ରଖି ମାର୍କେଟ ଆସିଥିଲେ। ତାଙ୍କୁ ପିଛା କରିଥିବା ଦୁର୍ବୃତ୍ତମାନେ କିଛି ସମୟ ପରେ ଘରେ ପହଞ୍ଚି କବାଟ ବାଡେଇ ଥିଲେ। ସଞ୍ଜୟଙ୍କ ମା’ କବାଟ ଖୋଲିବା ପରେ ତିନି ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଭୟଭୀତ କରି ଭିତରକୁ ପଶି ତାଙ୍କ ଓ ଗହଣା ଥିବା ବ୍ୟାଗ ତଥା ଘର୍‌ ଲକର ଖୋଲି ସେଠାର ଥିବା ଟଙ୍କା ଆଦି ନେଇଯାଇଥିଲେ। ସେମାନେ ଲୁଟ୍‌କରି ଚାରି ଚକିଆ ଗାଡ଼ିରେ ଫେରାର ହୋଇଯାଇଥିଲେ। ଏଣୁ ଗାଡ଼ିରେ ଚାଳକ ଥିଲେ ନା ନିଜେ ଲୁଟ କରି ଗାଡ଼ି ଧରି ଫେରାର ହୋଇଗଲେ  ତାହା ଜଣା ପଡିନାହିଁ। ସେମାନେ ହିନ୍ଦୀରେ କଥା ହେଉଥିଲେ ବୋଲି ସୂଚନା ମିଳିଛି। ଖବରପାଇ ସମସ୍ତ ପୋଲିସ ଥାନାକୁ ଜଣାଇ ରାସ୍ତା ବନ୍ଦି କରି ଛାନ୍‌ଭିନ କରିଥିଲେ ହେଁ ଦୁର୍ବୃତ୍ତମାନେ ଫେରାର ହୋଇ ଯାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri