ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ ଟଙ୍କା ଓ ସୁନା ରୂପା ଗହଣା ଲୁଟ୍‌  ହୋଇଛି। ଏ ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।
ଖବରପାଇ ପୋଲିସ ତନାଘନା ଆରମ୍ଭ କରିଛି। ତେବେ ଲୁଟେରାଙ୍କ ସନ୍ଧାନ ମିଳି ନାହିଁ। ଲୁଟ୍‌ ପରେ ଦୁର୍ବୃତ୍ତମାନେ ଥାନା ସମ୍ମୁଖ ଦେଇ ହରିଚନ୍ଦନପୁର ଆଡ଼କୁ ପଳାଇ ଯାଇଥିବା ସୂଚନା ମିଳିଛି।  ସକାଳେ ପୋଲିସ ବିଶେଷଜ୍ଞ ଟିମ୍‌ ପହଞ୍ଚି ତଦନ୍ତ  କରିଛନ୍ତି। ଏଭଳି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।ଲୁଟ ପରିମାଣ ପାଖାପାଖି ୭୦ ଲକ୍ଷରୁ ଊର୍ଦ୍ଧ୍ୱ ହେବ ବୋଲି ଅଭିଯୋଗ ହେଉଛି। ସେଥିରୁ ଜଣେ ବ୍ୟବସାୟୀଙ୍କୁ ଦେବାପାଇଁ  ରଖିଥିବା ପ୍ରାୟ ୬ ଲକ୍ଷ ଟଙ୍କା ମଧ୍ୟ ଲୁଟ୍‌ ହୋଇଛି।

     ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ସୋମବାର ବ୍ୟବସାୟୀ ଜଣଙ୍କ ଦୋକାନ ବନ୍ଦ କରି ସୁନା ଓ ରୂପା ଗହଣା ଏକ ବ୍ୟାଗରେ ଧରି ସବୁ ଦିନ ଭଳି ଘରକୁ ଯାଇଥିଲେ। ଘରେ ବ୍ୟାଗ ରଖି ମାର୍କେଟ ଆସିଥିଲେ। ତାଙ୍କୁ ପିଛା କରିଥିବା ଦୁର୍ବୃତ୍ତମାନେ କିଛି ସମୟ ପରେ ଘରେ ପହଞ୍ଚି କବାଟ ବାଡେଇ ଥିଲେ। ସଞ୍ଜୟଙ୍କ ମା’ କବାଟ ଖୋଲିବା ପରେ ତିନି ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଭୟଭୀତ କରି ଭିତରକୁ ପଶି ତାଙ୍କ ଓ ଗହଣା ଥିବା ବ୍ୟାଗ ତଥା ଘର୍‌ ଲକର ଖୋଲି ସେଠାର ଥିବା ଟଙ୍କା ଆଦି ନେଇଯାଇଥିଲେ। ସେମାନେ ଲୁଟ୍‌କରି ଚାରି ଚକିଆ ଗାଡ଼ିରେ ଫେରାର ହୋଇଯାଇଥିଲେ। ଏଣୁ ଗାଡ଼ିରେ ଚାଳକ ଥିଲେ ନା ନିଜେ ଲୁଟ କରି ଗାଡ଼ି ଧରି ଫେରାର ହୋଇଗଲେ  ତାହା ଜଣା ପଡିନାହିଁ। ସେମାନେ ହିନ୍ଦୀରେ କଥା ହେଉଥିଲେ ବୋଲି ସୂଚନା ମିଳିଛି। ଖବରପାଇ ସମସ୍ତ ପୋଲିସ ଥାନାକୁ ଜଣାଇ ରାସ୍ତା ବନ୍ଦି କରି ଛାନ୍‌ଭିନ କରିଥିଲେ ହେଁ ଦୁର୍ବୃତ୍ତମାନେ ଫେରାର ହୋଇ ଯାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?