ବ୍ୟାଙ୍କ ସମ୍ମୁଖରୁ ୫ ଲକ୍ଷ ନେଇଯିବାକୁ ବସିଥିଲେ …

ବଲାଙ୍ଗୀର ଅଫିସ,୭।୧୧: ବଲାଙ୍ଗୀର ଜିଲା ପାଟଣାଗଡ଼ ସହର ରାମଜୀ ଛକ ବ୍ୟାଙ୍କ ସମ୍ମୁଖରୁ ସୋମବାର ଲୁଟ୍‌ ହୋଇଛି। ଜଣେ ବ୍ୟକ୍ତିଙ୍କ ଠାରୁ ୫ ଲକ୍ଷ ଟଙ୍କା ଲୁଟିନେଇ ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ବେଳେ ଉଭୟଙ୍କୁ ବଲାଙ୍ଗୀର ସଦର ଥାନା ସମ୍ମୁଖରେ ପୋଲିସ ଟିମ୍‌ କାବୁ କରିଛି। କାବୁ କରିଥିବା ଦୁଇ ଦୁର୍ବୃତ୍ତ ଯାଜପୁର ଜିଲାର ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ସୋମବାର ପାଟଣାଗଡ଼ ବ୍ୟାଙ୍କ ସମ୍ମୁଖରୁ ଜଣେ ବ୍ୟକ୍ତିଙ୍କ ଠାରୁ ୫ ଲକ୍ଷ ଟଙ୍କା ଥିବା ଏକ ବ୍ୟାଗ ନେଇ ୨ ଲୁଟେରା ଏକ ବାଇକରେ ଫେରାର ହୋଇଯାଉଥିଲେ। ଘଟଣା ସମ୍ପର୍କରେ ପାଟଣାଗଡ଼ ପୋଲିସ ବଲାଙ୍ଗୀର ଏସ୍‌ଡିପିଓ ତୋଫାନ ବାଗଙ୍କୁ ଜଣାଇଥିଲେ। ସଦର ଏସ୍‌ଡିପିଓ ବାଗ ଓ ପୋଲିସ ଟିମ୍‌ ଦୁଇ ଲୁଟେରାଙ୍କୁ ସଦର ଥାନା ସମ୍ମୁଖରେ କାବୁ କରିବାରେ ସଫଳ ହୋଇଥିଲେ ।
ଅନ୍ୟପକ୍ଷେ ଝାଙ୍କରପାଲିରେ ଲୁଟେରାଙ୍କ ବାଇକ୍‌କୁ ଅଟକାଇବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ସେମାନେ ପୋଲିସକୁ ଚକମା ଦେଇ ଫେରାର ହେଉଥିଲେ । ତେବେ ପୋଲିସ ସଦର ଥାନା ସମ୍ମୁଖରେ ସେମାନଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri