ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ରାୟଗଡା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ (ଏଡିବି) ନିକଟରେ ଏଭଳି ଲୁଟ୍‌ ଘଟିଛି। ସୋମବାର ଅପରାହ୍ନ ୧୧ ଟାରେ କପିଳାସ ରୋଡ଼ରେ ଥିବା ପାତ୍ର ଇଲକ୍ଟ୍ରୋନିକ୍ସ ଶୋ’ରୁମର ଆକାଉଣ୍ଟାଣ୍ଟ ରଞ୍ଜିତ କୁମାର ଦଳାଇ ଷ୍ଟେଟ୍‌ ବ୍ୟାଙ୍କ ଏଡିବି ଶାଖାକୁ ଟଙ୍କା ଡିପୋଜିଟ କରିବାକୁ ଯାଉଥିବା ସମୟରେ ପଛ ପଟୁ ୨ ଜଣ ଦୁର୍ବୃତ୍ତ ଏକ ବାଇକ ଯୋଗେ ଆସି ଟଙ୍କା ବ୍ୟାଗ ଝାମ୍ପି ନେଇଥିଲେ। ସମ୍ପୃକ୍ତ ଆକାଉଣ୍ଟାଣ୍ଟ ସେମାନଙ୍କ ପିଛା କରିଥିଲେ ହେଁ ଲୁଟେରାମାନେ କେଉଁଆଡେ ଚମ୍ପଟ ମାରିଥିଲେ ଜଣାପଡି ନ ଥିଲା। ଏ ନେଇ ରାୟଗଡ଼ା ଥାନାରେ ଅଭିଯୋଗ ହେବା ପରେ ଆଇଆଇସି ପ୍ରସନ୍ନ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ସିସିଟିଭିକୁ ଯାଞ୍ଚ କରାଯାଇଛି। କିଛି ସ୍ଥାନରେ ସିସିଟିଭି ଫୁଟେଜ ମଧ୍ୟ ସଂଗ୍ରହ କରି ତଦନ୍ତ କରାଯାଉଥିବା ଆଇଆଇସି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?