ସିଗାରେଟ୍‌ କିଣିବା ବାହାନାରେ ମହିଳାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌,ମଙ୍ଗଳସୂତ୍ର

ରାୟଗଡ଼ା,୬।୨(ସ୍ବ.ପ୍ର): ରାୟଗଡ଼ା ସହରରେ ନିୟମିତ ବ୍ୟବଧାନରେ ଲୁଟ୍‌, ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଲୁଟ୍‌ କରୁଛନ୍ତି ଚୋର। ତଥାପି ଚେତୁନି ପୋଲିସ। ପ୍ରତିଦିନ ଏଭଳି ଘଟଣା ଘଟୁଥିଲେ ମଧ୍ୟ ପୋଲିସର ନିଷ୍କ୍ରିୟତା ଲୁଟେରାଙ୍କୁ ବେଶ ସୁହାଉଛି। ଇତିମଧ୍ୟରେ ଆଜି ଆଉ ଏକ ବଡଧରଣର ଲୁଟ୍‌ ଘଟିଛି। ସହରର ଇନ୍ଦିରା ନଗର ୪ର୍ଥ ଗଳିରେ ଜଣେ ମହିଳାଙ୍କ ବେକରୁ ୭୦ ଗ୍ରାମ ଓଜନର ସୁନା ଚେନ୍‌ ଏବଂ ମଙ୍ଗଳସୂତ୍ର ନେଇଯାଇଛନ୍ତି ଦୁର୍ବୃତ୍ତ। ଇନ୍ଦିରା ନଗର ଚତୁର୍ଥ ଲେନରେ ଭଉଣୀ ଘରକୁ ବୁଲି ଆସୁଥିବା ମହିଳା ତାଙ୍ଗୁଡୁ ରମାମଣିଙ୍କ ଠାରୁ ଏହି ଲୁଟ୍‌ ହୋଇଛି। ମହିଳା ଜଣଙ୍କ ତାଙ୍କ ସାନ ଭଉଣୀ ଭି. ଅରୁଣାଙ୍କ ଘରକୁ ଆସିଥିଲେ। ଦିନ ପ୍ରାୟ ୧୧.୩୦ ସମୟରେ ଘର ସମ୍ମୁଖରେ ଥିବା ଭଉଣୀଙ୍କ ଦୋକାନରେ ବସିଥିଲେ ରମାମଣି। ସେହି ସମୟରେ ତିନି ଜଣ ଲୁଟେରା ଏକ ଧଳା ରଙ୍ଗର ଆପାଚି ବାଇକ୍‌ରେ ଆସି ଦୋକାନରେ ସିଗାରେଟ୍‌ ମାଗିଥିଲେ। ମହିଳା ଜଣଙ୍କ ତଳକୁ ଚାହିଁ ସିଗାରେଟ ବାହାର କରିବା ସମୟରେ ତାଙ୍କ ବେକକୁ ଚାପି ସୁନା ଚେନ୍‌ ଲୁଟି ନେଇଥିଲେ। ଲୁଟ୍‌ ହୋଇଥିବା ସୁନା ଚେନ୍‌ ଓ ମଙ୍ଗଳସୂତ୍ରର ଓଜନ ୭୦ ଗ୍ରାମ ବୋଲି ଜଣାପଡିଛି। ଯାହାର ମୂଲ୍ୟ ୩ ଲକ୍ଷ ୫୯ ହଜାର ଟଙ୍କା ହେବ। ତେବେ ତିନି ଜଣ ଲୁଟେରା ଫେରାର ସମୟର ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି। ହେଲେ ଲୁଟେରା ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ତେବେ ଏହି ଘଟଣା ରାୟଗଡା ସହରରେ ପୋଲିସର ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଲଗାତାର ଭାବେ ଅପରାଧିକ କାର୍ଯ୍ୟକଳାପ ବଢୁଥିବା ବେଳେ ପୋଲିସ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉନଥିବା ସାଧାରଣରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା…

୫ ରାଶିଙ୍କ ଉପରେ ଧନବର୍ଷା କରିବେ ଶନି! ଅକ୍ଟୋବର ପ୍ରଥମ ସସ୍ତାହରୁ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନି ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିପାରେ। ଏହି ପରିବର୍ତ୍ତନ ଯୋଗୁ ବୃଷ, ସିଂହ, ତୁଳା, ମକର…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ…

‘ବୈଭବଙ୍କ ପାଇଁ ମୋ ନିଦ ହଜିଯାଇଥିଲା’, ଏମିତି କାହିଁକି କହିଲେ ଗମ୍ଭୀର? ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏକ ବଡ଼ ଖୁଲାସା କରିଛନ୍ତି। ସଞ୍ଜୁ ସାମସନଙ୍କୁ ଟି-୨୦ ଦଳରୁ ବାଦ ଦେବା ତାଙ୍କ ଏପର୍ଯ୍ୟନ୍ତର…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?