ପୋଲିସ କର୍ମୀଙ୍କ ଘରୁ ଲୁଟି ନେଲେ

ବ୍ରହ୍ମପୁର ଅଫିସ,୧ା୧୦: ବ୍ରହ୍ମପୁର ସହରରେ ଚୋରମାନେ ତାଲାବନ୍ଦ ଘରକୁ ଟାର୍ଗେଟ କରୁଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଜଣେ ପୋଲିସ କନଷ୍ଟେବଳଙ୍କ ଘରେ କଳାକନା ବୁଲାଇଛନ୍ତି। ବୈଦ୍ୟନାଥପୁର ଥାନା ଅଧୀନ ସିଦ୍ଧାର୍ଥ ନଗର ଦ୍ୱିତୀୟ ସାରଣୀରେ ରହୁଥିବା କନଷ୍ଟେବଳ ପ୍ରଣତୀ ପଣ୍ଡାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଏକ ଚୋର ଗ୍ୟାଙ୍ଗ ଘର ତାଲା ଭାଙ୍ଗି ୬ ଭରି ସୁନାଗହଣା ଓ ଟଙ୍କା ନେଇ ଯାଇଛନ୍ତି। ଶୁକ୍ରବାର ସକାଳେ ପ୍ରଣତୀ ଘରକୁ ଫେରିବା ପରେ ଘର ତାଲା ଭଙ୍ଗା ଯାଇଥିବା ଦେଖି ପୋଲିସକୁ ଖବର କରିଥିଲେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଜାରି ରହିଛି। ପ୍ରଣତୀ ବ୍ରହ୍ମପୁର ପୋଲିସ ମୁଖ୍ୟାଳୟରେ କନଷ୍ଟେବଳ ଭାବେ କାମ କରନ୍ତି। ସିଦ୍ଧାର୍ଥ ନଗରରେ ସେ ଘର ଭଡ଼ା ନେଇ ରହୁଛନ୍ତି। ଘର ମାଲିକ ଉପର ମହଲାରେ ରହୁଥିବା ବେଳେ ସେ ତଳ ମହଲାରେ ରହୁଛନ୍ତି। ଗୁରୁବାର ଅପରାହ୍ନରେ ସେ ଘରେ ତାଲା ପକାଇ କୌଣସି କାମରେ ଦିଗପହଣ୍ଡି ଯାଇଥିଲେ। ଶୁକ୍ରବାର ଫେରିବାରେ ଘରେ ଆଲମିରା ଭଙ୍ଗା ଯାଇଥିବା ଦେଖିଥିଲେ। ତାଙ୍କର ଗୋଟିଏ ସୁନାହାର, ମଙ୍ଗଳସୁତ୍ର, ଦୁଇ ହଳ କାନଫୁଲ, ୮ଟି ସୁନା ମୁଦି ଓ ୨୦ ହଜାର ଟଙ୍କା ଚୋରି ହୋଇଛି। ସେହିପରି ବଡବଜାର ଥାନା ଅନ୍ତର୍ଗତ ପ୍ରେମନଗର ଷଷ୍ଠ ସାରଣୀରେ ରହୁଥିବା ବି.ରାଜେଶ୍ୱର ରାଓଙ୍କ ତାଲାବନ୍ଦ ଘରେ ମଧ୍ୟ ଚୋରଗ୍ୟାଙ୍ଗ ବୁଧବାର ବିଳମ୍ବିତ ରାତିରେ କଳାକନା ବୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri