ଘରେ ପଶି ମହିଳାଙ୍କଠାରୁ ହାର ଲୁଟ୍‌ ଘଟଣା: ୨ ଗିରଫ, ହାର ଜବତ

ବ୍ରହ୍ମପୁର ଅଫିସ,୨୭ା୮: ଘରେ ପଶି ଜଣେ ମହିଳାଙ୍କ ବେକରୁ ସୁନାହାର ଲୁଟ୍‌ ଘଟଣାରେ ବଡ଼ ବଜାର ଥାନା ପୋଲିସ ଦୁଇ ଲୁଟେରାଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉତ୍ତରାମୁଖୀ ସାହିର ଦୁର୍ଦ୍ଦାନ୍ତ ଅପରାଧୀ ଶିବ ପଟ୍ଟନାୟକ ଓ ମାର୍ଥାସାହିର ନରସିଂହ ବାଡ଼ତ୍ୟା। ଏମାନଙ୍କ ନିକଟରୁ ପୋଲିସ ଘଟଣା ବେଳେ ବ୍ୟବହୃତ ଏକ ଖଣ୍ଡା ଓ ବାଇକ ଜବତ କରିଛି। ସେହିପରି ମହିଳାଙ୍କ ନିକଟରୁ ଲୁଟ୍‌ ହୋଇଥିବା ସୁନା ହାର ମଧ୍ୟ ଜବତ ହୋଇଥିବା ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି ।
ବଡ଼ ବଜାର ଥାନା ଅନ୍ତର୍ଗତ ଫାଷ୍ଟଗେଟ୍‌ ରଘୁପତିନଗରରେ ମିନତୀ ଦାସ(୫୪) ଓ ତାଙ୍କ ପୁଅ ରହୁଛନ୍ତି। ବୁଧବାର ସନ୍ଧ୍ୟାରେ ପୁଅ ତାଙ୍କ ଦୋକାନକୁ ଯାଇଥିବା ବେଳେ ସେ ଘରେ ଏକୁଟିଆ ଥିଲେ। ଏହି ସମୟରେ ଦୁଇଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କ ଘରେ ପଶିଥିଲେ। ଘରେ କେହି ନ ଥିବା ସୁଯୋଗ ନେଇ ଦୁର୍ବୃତ୍ତଦ୍ବୟ ଏକ ଖଣ୍ଡା ଦେଖାଇ ମିନତୀଙ୍କୁ ଭୟଭୀତ କରି ତାଙ୍କର ସୁନା ହାର ଲୁଟ୍‌ କରିଥିଲେ। ଏଥିରେ ମିନତୀ ପାଟି କରିବାରୁ ପଡ଼ିଶା ଲୋକେ ଘଟଣାସ୍ଥଳରେ ପହଞ୍ଚି ଯାଇଥିଲେ। ଲୋକଙ୍କୁ ଦେଖି ଦୁର୍ବୃତ୍ତଦ୍ବୟ ଚମ୍ପଟ ମାରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଲୁଟେରାଙ୍କୁ ଚିହ୍ନଟ କରିବା ପରେ ବୁଧବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ପୋଲିସ ଦୁଇଜଣଙ୍କୁ ଗିରଫ କରିଥିଲା। ଗୁରୁବାର କେସ ନମ୍ବର ୧୭୪/୨୦ରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ଉଭୟଙ୍କ ନାମରେ ଲୁଟ୍‌, ଡକାୟତି ଭଳି ଏକାଧିକ ସଙ୍ଗିନ ମାମଲା ରହିଥିବା ପୋଲିସ କହିଛି। ପୂର୍ବରୁ ଶିବ ପଟ୍ଟନାୟକଙ୍କୁ ଦିଗପହଣ୍ଡି ପୋଲିସ ଏକ ଲୁଟ୍‌ ଘଟଣାରେ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ନିକଟରେ ସେ ଜେଲରୁ ଜାମିନ ଆସି ପୁଣିଥରେ ଏଭଳି କାଣ୍ଡ ଘଟାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri