ବିଦ୍ୟୁତ୍‌ ବିଲ୍‌ ଆଦାୟ ବାହାନାରେ ଲୁଟ୍‌

ଖୁଣ୍ଟା/କୁଆମରା, ୨୮।୪(ଡି.ଏନ.ଏ.): ବିଦ୍ୟୁତ୍‌ ବିଭାଗର କର୍ମଚାରୀ ପରିଚୟ ଦେଇ ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ସୁନାଚେନ୍‌ ଲୁଟ୍‌ କରିଛନ୍ତି। ବୁଧବାର ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ପୁରୁଣା ବାରିପଦା ଅଞ୍ଚଳରେ ଏଭଳି ଘଟଣା ଘଟିଛି। ସୂଚନା ଅନୁଯାୟୀ, ପୁରୁଣା ବାରିପଦା ପେଟ୍ରୋଲ ପମ୍ପ ନିକଟସ୍ଥ ଅବସରପ୍ରାପ୍ତ ଫାର୍ମାସିଷ୍ଟ ପ୍ରଭାସ ଚନ୍ଦ୍ର ହୋତାଙ୍କ ସ୍ତ୍ରୀ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ପ୍ରତିଭା ଷଡ଼ଙ୍ଗୀ ମଧ୍ୟାହ୍ନରେ ଘରେ ଏକା ଥିଲେ। ଜଣେ ବ୍ୟକ୍ତି ନିଜକୁ ବିଦ୍ୟୁତ୍‌ ବିଭାଗ କର୍ମଚାରୀ ବୋଲି ପରିଚୟ ଦେଇଥିଲେ ଏବଂ ବିଲ୍‌ ନେବା ପାଇଁ ଆସିଥିବା ପ୍ରତିଭାଙ୍କୁ କହିଥିଲେ। ଘରେ ତାଙ୍କ ସ୍ବାମୀ ନ ଥିବା ପ୍ରତିଭା କହିବା ସହ ଫୋନ କରୁଥିଲେ। ଏହି ସମୟରେ ଉକ୍ତ ବ୍ୟକ୍ତି ତାଙ୍କଠାରୁ ଫୋନଟିକୁ ଛଡ଼ାଇବା ସହ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ। ସେ ପିନ୍ଧିଥିବା ସୁନାଚେନ୍‌ଟିକୁ ବେକରୁ ଝାମ୍ପି ନେଇ ଏକ ବାଇକ୍‌ରେ ସେଠାରୁ ଚମ୍ପଟ ମାରିଥିଲେ।
ଖବର ପାଇ କୁଆମରା ପାଣ୍ଡି ପୋଲିସ ପହଞ୍ଚି ସିସିଟିଭି ଫୁଟେଜ ଯାଞ୍ଚ କରି ତଦନ୍ତ ଜାରି ରଖିଥିଲେ ହେଁ ଖବର ଲେଖା ହେବା ସୁଦ୍ଧା ଲୁଟେରାଙ୍କ ସୁରାକ୍‌ ପାଇପାରି ନାହିଁ। ପ୍ରକାଶ ଥାଉକି, ସମାନ ଢଙ୍ଗରେ ଗତ ୬ ମାସ ଭିତରେ ଏପରି ୫ଟି ସ୍ଥାନରେ ବନ୍ଧୁକ ଦେଖାଇ ଲୁଟ୍‌ ଘଟଣା ଘଟିଥିଲେ ମଧ୍ୟ ପୋଲିସ ହାତ ଖାଲି ପଡ଼ିଛି ବୋଲି ସାଧାରଣରେ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri