Posted inରାଜ୍ୟ

ଗ୍ରାହକ ସାଜି ଲୁଟିନେଲେ ୧୦ ଲକ୍ଷର ଅଳଙ୍କାର

ସମ୍ବଲପୁର,୩୦।୧୨(ବ୍ୟୁରୋ)- ଦିନ ଦ୍ୱିପହରରେ ଜଣେ ଯୁବକ ଗ୍ରାହକ ସାଜି ଏକ ସୁନା ଦୋକାନରୁ ୨୦୦ ଗ୍ରାମ ସୁନା ଅଳଙ୍କାର ଚୋରି କରି ଫେରାର ହୋଇଯାଇଥିବା ଜଣାପଡିଛି। ଏଭଳି ଘଟଣା ଘଟିଛି ବୁର୍ଲା ଥାନା ମୁଖ୍ୟ ବଜାରରେ।
ପୋଲିସ ସୂଚନା ମୁତାବକ, ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଜଣେ ଯୁବକ ବଜାରରେ ଥିବା ଉତ୍କଳ ଜୁଏଲର୍ସକୁ ଅଳଙ୍କାର କିଣିବାକୁ ଆସିଥିଲେ। ଯୁବକ ଜଣକ ଦୋକାନୀଙ୍କୁ ସୁନା ଚେନ, ମୁଦି ଆଦି ଅଳଙ୍କାର ଦେଖାଇବାକୁ କହିଥିଲେ। ଅଳଙ୍କାର ଦେଖିବା ପରେ ଯୁବକ ଜଣକ କୌଶଳ କ୍ରମେ ସାଙ୍ଗରେ ଆଣିଥିବା ଏକ ଡବାକୁ ଦୋକାନରେ ଥୋଇ ଅଳଙ୍କାର ଭର୍ତ୍ତି ଥିବା ଅନ୍ୟ ଏକ ବକ୍ସକୁ ନେଇ ଫେରାର ହୋଇଯାଇଥିଲେ। କିଛି ସମୟ ପରେ ଦୋକାନ ମାଲିକ ନରେନ୍ଦ୍ର ସାହୁ ଅଳଙ୍କାର ଚୋରି ହୋଇଥିବା ଜାଣିବାକୁ ପାଇଥିଲେ। ସେ ଯୁବକଙ୍କୁ ଧରିବାକୁ ଗୋଡାଇଥିଲେ। ହେଲେ ଯୁବକ ଜଣକ ଫେରାର ହୋଇଯାଇଛନ୍ତି। ଚୋରି ହୋଇଥିବା ସୁନା ଅଳଙ୍କାରର ମୂଲ୍ୟ ପ୍ରାୟ ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି। ଏ ନେଇ ଦୋକାନ ମାଲିକ ବୁର୍ଲା ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ଦୋକାନରେ ଲାଗିଥିବା ସିସିଟିଭି ଯାଞ୍ଚ କରି ଯୁବଙ୍କୁ ଚିହ୍ନଟ କରିଛି। ପୋଲିସ ଯୁବକଙ୍କ ଫଟୋକୁ ବିଭିନ୍ନ ଥାନାକୁ ପଠାଇଥିବା ହୀରାକୁଦ ଏସ୍‌ଡିପିଓ ଶିଶୁରଞ୍ଜନ ମହାପାତ୍ର କହିଛନ୍ତି। ତଦନ୍ତ ଚାଳିଛି ଖୁବ ଶିଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri