ଦିନ ଦ୍ୱିପ୍ରହରରେ ଲୁଟ୍‌: ଝାମ୍ପି ନେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

ଫୁଲବାଣୀ ଅଫିସ, ୩।୪: କନ୍ଧମାଳ ଜିଲା ଫୁଲବାଣୀ ସହରରେ ସୋମବାର ଦିନ ଦ୍ୱିପ୍ରହରରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଲୁଟେରା ପୋଲିସକୁ ଖୋଲା ଚାଲେଞ୍ଜ ଦେଇ ଫୁଲବାଣୀ ଆକ୍ସିସ୍‌ ବ୍ୟାଙ୍କ ନିକଟରୁ ୧୭ ଲକ୍ଷ ୫୦ ହଜାର ଟଙ୍କା ଝାମ୍ପି ନେଇଛନ୍ତି। ଏନେଇ ବ୍ୟବସାୟୀ ଜଣକ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତବକ, ଶାସ୍କର ପାତ୍ର ଗ୍ରୋସରି ହୋଲ୍‌ସେଲ ବ୍ୟବସାୟ କରନ୍ତି। ଗତ ୩ଦିନ ହେଲା ବ୍ୟାଙ୍କ ବନ୍ଦ ରହିଥିଲା। ବ୍ୟବସାୟ ଟଙ୍କା ବ୍ୟାଙ୍କରେ ଜମା କରିବାକୁ ପୂର୍ବାହ୍ନ ୧୧ ଟାରେ ଶାସ୍କରଙ୍କ ଭାଇ ଅଶ୍ୱିନୀ ଏବଂ କର୍ମଚାରୀ ରମେଶ ପ୍ରଧାନ ସ୍କୁଟିରେ ବାହାରିଥିଲେ। ପ୍ରଥମେ ଷ୍ଟେଟ ବ୍ୟାଙ୍କରେ ଟଙ୍କା ଜମା କରିବା ପରେ ବାକି ୧୭ ଲକ୍ଷ ୫୦ ହଜାର ଟଙ୍କା ଆକ୍ସିସ୍‌ ବ୍ୟାଙ୍କରେ ଜମା କରିବାକୁ ଆସୁଥିଲେ। ହେଲେ ଆକ୍ସିସ୍‌ ବ୍ୟାଙ୍କଠାରୁ ମାତ୍ର ୩୦ ମିଟର ଦୂରରେ ଏକ ପଲ୍‌ସର ବାଇକ୍‌ରେ ୨ଜଣ ଯୁବକ ଆସି ସ୍କୁଟିକୁ ଗୋଇଠା ମାରିଥିଲେ। ଫଳରେ ସେମାନେ ସ୍କୁଟିରୁ ତଳେ ପଡ଼ିଯାଇଥିଲେ। ଏହାର ସୁଯୋଗ ନେଇ ଯୁବକ ଦ୍ୱୟ ଟଙ୍କା ଭର୍ତ୍ତି ବ୍ୟାଗ୍‌କୁ ଝାମ୍ପିନେଇ ଦ୍ରୁତଗତିରେ ସରକୁଲାର ରୋଡ୍‌ ଦେଇ ଫେରାର ହୋଇଯାଇଥିଲେ। ଖବର ପାଇ ଟାଉନ ଥାନା ଅଧିକାରୀ ଅଶୋକ କୁମାର ଗିରି ଆକ୍ସିସ୍‌ ବ୍ୟାଙ୍କ ସମ୍ମୁଖରେ ପହଞ୍ଚି ବ୍ୟାଙ୍କରେ ଲାଗିଥିବା ସିସିଟିଭି ଯାଞ୍ଚ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ପଲ୍‌ସରରେ ଆସି ଲୁଟିନେଲେ


Enter your email to get our daily news in your inbox.

All Right Reserved By Dharitri.Com

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?