ଜନସେବା କେନ୍ଦ୍ରରୁ ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଜମନକିରା,୧୨।୫(ଡି.ଏନ୍‌.ଏ): ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ଭେଜିକୁଡ ଜନସେବା କେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇ ଗୌଡପାଲି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ତେବେ ଏହି ଘଟଣାରେ ଏ ପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନ ଥିବା ଜଣାପଡିଛି। ଜନସେବା କେନ୍ଦ୍ରର ମାଲିକ ଶୋଭନ ଶର୍ମା ଏ ନେଇ ଥାନାରେ ଅଭିଯୋଗ କରିଛନ୍ତି।