ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ରୁ ଲୁଟିନେଲେ ୩୨ଲକ୍ଷ

ନନ୍ଦପୁର/ କୋରାପୁଟ (ସ୍ବ.ପ୍ର.), ୧୨।୨: କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଶନିବାର ଏକ ବଡ଼ ଧରଣର ଲୁଟ୍‌ ହୋଇଛି। କେତେଜଣ ଦୁର୍ବୃତ୍ତ ବ୍ଲକର ପାଡୁଆ ଥାନା ଅନ୍ତର୍ଗତ ବାଲଡ଼ା ଷ୍ଟେଟ୍‌ ବ୍ୟାଙ୍କ ସମ୍ମୁଖରେ ଥିବା ଷ୍ଟେଟ୍‌ବ୍ୟାଙ୍କର ଏଟିଏମ୍‌ରୁ ଶନିବାର ଭୋର ସମୟରେ ୩୨ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଭୋର ସାଢେ ୩ଟାରୁ ୩ଟା୪୫ ମଧ୍ୟରେ ଏହି ଲୁଟ ହୋଇଛି। ବନ୍ଧୁକଧାରୀ ଦୁର୍ବୃତ୍ତମାନେ ଗ୍ୟାସ୍‌ କଟରରେ ଏଟିଏମ୍‌କୁ କାଟି ଉପରୋକ୍ତ ପରିମାଣର ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ପରେ ପ୍ରମାଣ ନଷ୍ଟ ପାଇଁ ସେମାନେ ଏଟିଏମ୍‌କୁ ନିଆଁ ଲଗାଇ ପୋଡ଼ିଦେଇଛନ୍ତି। ଏଭଳି ଲୁଟ ଘଟଣା ସମସ୍ତଙ୍କୁ ଚକିତ କରିଛି।
ଖବରରୁ ଜଣାପଡ଼ିଛି, ଶୁକ୍ରବାର ସନ୍ଧ୍ୟାରେ ସବୁଦିନ ଭଳି ବ୍ୟାଙ୍କ କର୍ତ୍ତୃପକ୍ଷ ଏଟିଏମ୍‌ରେ ଟଙ୍କା ଗଚ୍ଛିତ ରଖିଥିଲେ। ତେବେ ଭୋର ସମୟରେ ୨ କାର୍‌ରେ କେତେ ଜଣ ବନ୍ଧୁକଧାରୀ ଦୁର୍ବୃତ୍ତ ଆସି ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ସେଥିରେ ଥିବା ଟଙ୍କା ବାକ୍ସ ଧରି ଚାଲିଯାଇଥିଲେ। ଯିବା ପୂର୍ବରୁ ସେମାନେ ପ୍ରମାଣ ନଷ୍ଟ କରିବାକୁ ଏଟିଏମ୍‌ରେ ନିଆଁ ଲଗାଇ ପୋଡ଼ିଦେଇଥିଲେ। ୩/୪ କି.ମି. ଯିବା ପରେ ସବୁଲାର ଗ୍ରାମ ନିକଟସ୍ଥ ରାସ୍ତା କଡ଼ରେ ବାକ୍ସରୁ ଟଙ୍କା କାଢ଼ି ନେଇ ଖାଲି ବାକ୍ସ ଫୋପାଡ଼ି ଦେଇଥିଲେ। ସକାଳୁ ଏହା ଦେଖି ସ୍ଥାନୀୟ ଲୋକେ ପୋଲିସ ଓ ବ୍ୟାଙ୍କ କର୍ମଚାରୀଙ୍କୁ ଖବର ଦେଇଥିଲେ। ବ୍ୟାଙ୍କ ପକ୍ଷରୁ ମଧ୍ୟ ଥାନାରେ ଅଭିଯୋଗ କରାଯାଇଥିଲା। ଖବରପାଇ ଏସ୍‌ଡିପିଓ ସଞ୍ଜୟ ମହାପାତ୍ର, ପାଡୁଆ ଥାନା ଅଧିକାରୀ ସବ୍ୟସାଚୀ ଶତପଥୀ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। କୋରାପୁଟରୁ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ପହଞ୍ଚତ୍ ଘଟଣାର ଛାନ୍‌ଭିନ୍‌ କରୁଛି। ତଦନ୍ତ ବେଳେ ଦୁର୍ବୃତ୍ତମାନେ ବାଟରେ ଫିଙ୍ଗିଦେଇଥିବା ଖାଲି ବାକ୍ସକୁ ପୋଲିସ ଜବତ କରିଛି।
ଅନ୍ୟପକ୍ଷରେ ବ୍ୟାଙ୍କରେ ଥିବା ସିସିଟିଭିରେ ବନ୍ଧୁକଧାରୀ ଦୁର୍ବୃତ୍ତମାନଙ୍କ ଏଟିଏମ୍‌ରୁ ଟଙ୍କା ଲୁଟ କରିବା, ଏଟିଏମ୍‌ରେ ନିଆଁ ଲଗାଇ ପାଡୁଆ ପଟକୁ ଚାଲିଯିବାର ଭିଡିଓ ରେକର୍ଡ ରହିଛି। ଏହାକୁ ପୋଲିସ ଯାଞ୍ଚ କରୁଛି। ଟଙ୍କା ଲୁଟ୍‌ ପରେ ଦୁର୍ବୃତ୍ତମାନେ ଶୋଭାପୁଟ ବ୍ରିଜ୍‌ ଦେଇ ଆନ୍ଧ୍ରପ୍ରଦେଶର ପେଦାବାଇଲି ଅଞ୍ଚଳକୁ ଚାଲିଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏନେଇ ସୀମାନ୍ତ ଅଞ୍ଚଳରେ ହାଇ ଆଲର୍ଟ ଜାରି ହୋଇଛି। ପୂର୍ବରୁ ବାଲେଶ୍ୱର, ନବରଙ୍ଗପୁର ଆଦି ଅଞ୍ଚଳରେ ଏଭଳି ସମାନ ଢଙ୍ଗରେ ଘଟଣା ଘଟାଇ ଦୁର୍ବୃତ୍ତମାନେ ଖସିଯିବାରେ ସଫଳ ହୋଇଥିବାରୁ ସେହି ସମାନ ଢଙ୍ଗରେ ବାଲଡ଼ା ଏଟିଏମ୍‌ରୁ ଲୁଟ କରିଥିବାରୁ ସମ୍ପୃକ୍ତ ଗ୍ୟାଙ୍ଗ୍‌ର ଏଥିରେ ସମ୍ପୃକ୍ତି ଥିବା ପୋଲିସ ସନ୍ଦେହ କରୁଛି। ପାଡୁଆ ଥାନାରେ ମାମଲା (ନଂ.୨୧/୨୩) ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଥିବା ଏସ୍‌ଡିପିଓ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?