ଲୁଟି ନେଲେ ସୁନାଗହଣା, ନଗଦ ଟଙ୍କା

କୋକସରା,୨୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଆମପାଣି ଥାନା ଅଧୀନ କାଉଡୋଳା ଗ୍ରାମରେ ଏକ ବଡ଼ଧରଣର ଡକାୟତି ହୋଇଛି। ଏ ନେଇ ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।

ଅଭିଯୋଗ ମୁତାବକ, ଶନିବାର ରାତି ପ୍ରାୟ ୧ଟାରେ ୪ଜଣ ଦୁର୍ବୃତ୍ତ ଘରେ ପଶି ପ୍ରଥମେ ସିସି ଟିଭି କ୍ୟାମେରା ଭାଙ୍ଗି ହାର୍ଡଡିସ୍କ ଅଚଳ କରିଥିଲେ। ପରେ ଘର ମାଲିକ ସୁରଥ ସରାବୁ (୬୫) ଓ ତାଙ୍କ ସ୍ତ୍ରୀ ରେମତି(୫୫)ଙ୍କୁ ଆକ୍ରମଣ କରି ୭୦ ହଜାର ଟଙ୍କା ଓ ୭ ଭରି ସୁନାଗହଣା ଧରି ଫେରାର ହୋଇଯାଇଥିଲେ।

ଚିତ୍କାର ଶୁଣି ପରିବାର ଅନ୍ୟମାନେ ପହଞ୍ଚତ୍ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରିଥିଲେ। କୋକସରା ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ପରିବାରବର୍ଗଙ୍କଠାରୁ ଖବର ପାଇ ଆମପାଣି ପୋଲିସ ଅଧିକାରୀ ଚତ୍ରୁର୍ଭୁଜ ନାଏକ ସହ ଟିମ୍‌ ରାତିରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ଧର୍ମଗଡ ଏସ୍‌ଡିପିଓ ଧୀରଜ କୁମାର ଚୋପଦାରଙ୍କ ନେତୃତ୍ୱରେ ଜୁନାଗଡ଼ ଆଇଆଇସି ଉତ୍ତମ କୁମାର ସାହୁ, କୋକସରା ଆଇଆଇସି ପ୍ରସନ୍ନ ବେହେରାଙ୍କ ସମେତ ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସାହାଯ୍ୟରେ ତଦନ୍ତ ପ୍ରକ୍ରିୟା ଜୋରଦାର କରାଯାଇଛି। ତଦନ୍ତ ସମୟରେ ସିସିଟିଭି ଯନ୍ତ୍ରାଂଶ ବାଞ୍ଜିବାହଲ ଗାଁ ନିକଟ ଏକ ପଡିଆରେ ଭଙ୍ଗାରୁଜା ଅବସ୍ଥାରେ ପଡିଥିବା ପୋଲିସ ଜବତ କରିଛି। ଖୁବ୍‌ଶୀଘ୍ର ପୋଲିସ କବ୍‌ଜାରେ ଡକାୟତମାନେ ଧରାପଡିବେ ବୋଲି ଏସଡିପିଓ ଚୋପଦାର ସୂଚନା ଦେଇଛନ୍ତି। ଆମପାଣି ଥାନା ପୋଲିସ ଏକ ମାମଲା (ନଂ. ୬୫/୨୨) ରୁଜୁ କରି ଘଟଣାର ତଦନ୍ତ କରୁଥିବା ଆମପାଣି ଥାନା ଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri