ମିଳିଲା ଲୁଟ୍‌ ସୁନାଗହଣା: ଦୁଇ କୋର୍ଟ ଚାଲାଣ

ଆନନ୍ଦପୁର,୧ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ନାରଙ୍ଗପୁର ଛକଠାରୁ କିଛି ଦୂରରୁ ଜଣେ ମହିଳାଙ୍କ ବେକରୁ ସୁନାଚେନ୍‌ ଓ ଟଙ୍କା ଲୁଟ୍‌ ଘଟଣାରେ ଘସିପୁରା ପୋଲିସ ଦୁଇ ଜଣଙ୍କୁ କୋର୍ଟଚାଲାଣ କରିଛି। ନାରଙ୍ଗପୁର ଛକରେ ଲାଗିଥିବା ସିସିଟିଭି ଫୁଟେଜ୍‌କୁ ଆଧାର କରି ପୋଲିସ କଳିଙ୍ଗନଗରର ବଦ୍ରିନାରାୟଣ ପାତ୍ର ଓ ଯାଜପୁର ରୋଡ୍‌ର ନିଲୁଆ ପାତ୍ରକୁ ଗିରଫ କରିଥିବା ସୂଚନା ମିଳିଛି। ଲୁଟେରାମାନଙ୍କ ଠାରୁ ଦୁଇଟି ବାଇକ୍‌, ଦୁଇଟି ମୋବାଇଲ, ନଗଦ ଅର୍ଥ ଓ ସୁନା ଅଳଙ୍କାର ଜବତ କରାଯାଇଛି। ଏହି ଚୋରି ର଼୍ୟାକେଟ୍‌ରେ କେଉଁମାନେ ସାମିଲ ଅଛନ୍ତି ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଛି।
ସୂଚନାଯୋଗ୍ୟ, ଗତ ୨୩.୫.୨୦୨୨ ଅପରାହ୍ନରେ ଘସିପୁରା ଥାନା ନାରଙ୍ଗପୁର ଛକ ନିକଟରୁ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌, ଟଙ୍କା ଓ ମଙ୍ଗଳସୂତ୍ର ଲୁଟିନେଇଥିବା ଅଭିଯୋଗ ହୋଇଥିଲା। ଘସିପୁରା ବ୍ଲକ ବଳରାମପୁର ପଞ୍ଚାୟତ ଝାଡ଼କୁଣ୍ଡି ଗ୍ରାମର ଲିଜା ମହାନ୍ତି ନିଜ ଶାଶୁଘର ବ୍ରାହ୍ମଣୀପାଳ ଅଭିମୁଖେ ଆସୁଥିବା ସମୟରେ ଦୁଇଟି ବାଇକ୍‌ରେ ୫ ଜଣ ଦୁର୍ବୃତ୍ତ ତାଙ୍କ ବେକରୁ ୫ ଭରି ଓଜନର ସୁନାଚେନ୍‌ ଲୁଟି ନେବା ସହିତ ୨୦ ହଜାର ଟଙ୍କା ଝାମ୍ପି ନେଇଥିଲେ। ଏହା ସହିତ ମଙ୍ଗଳସୂତ୍ର ଟାଣି ଛିଡାଇବା ସମୟରେ ଏହାର ଅବଶିଷ୍ଟାଂଶ ଲିଜାଙ୍କ ହାତରେ ରହିଯାଇଥିଲା। ଗୋଟିଏ ବାଇକ୍‌ରେ ତିନିଜଣ ଓ ଅନ୍ୟଟିରେ ଦୁଇ ଜଣ ଆସି ଲିଜା ଗାଡ଼ି ଚଲାଇବା ସମୟରେ ବେକରୁ ସୁନାଚେନ୍‌ ଛିଡ଼ାଇବାକୁ ଉଦ୍ୟମ କରିଥିଲେ। ସୁନାଚେନ ନ ଛିଡ଼ିବାରୁ ଲିଜାଙ୍କୁ ଗାଡିରୁ ଠେଲି ଦେଇଥିଲେ ଏବଂ ଗୁଳି କରିବା ଧମକ ଦେଇ ସୁନାଚେନ୍‌ ଓ ଟଙ୍କା ଲୁଟି ନେଇଥିଲେ ବୋଲି ଲିଜା ପୋଲିସରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ପୋଲିସ ଆଜି ଦୁଇ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଥିବା ବେଳେ ଅନ୍ୟ ୩ ଜଣଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?